Posted inଖେଳ

ନ୍ୟୁଜିଲାଣ୍ଡର ମହତ୍ତ୍ୱପୂର୍ଣ୍ଣ ଇନିଂସ ଅଗ୍ରଣୀ

କଲମ୍ବୋ, ୨୫।୮- ସ୍ଥାନୀୟ ପି. ସାରା ଓଭାଲ ଗ୍ରାଉଣ୍ଡରେ ଘରୋଇ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ୨ୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହତ୍ତ୍ୱପୂର୍ଣ୍ଣ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୨୪୪ ରନରେ ସୀମିତ ରହିଥିଲା। ଜବାବରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଓପନର୍‌ ଟମ୍‌ ଲଥାମ୍‌ଙ୍କ ଦମ୍‌ଦାର ଶତକ ବଳରେ ରବିବାର ୪ର୍ଥ ଦିନ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୫ ଉଇକେଟ୍‌ ହରାଇ ୩୮୨ ରନ୍‌ ସଂଗ୍ରହ କରିଛି। ଫଳରେ ହାତରେ ଆଉ ୫ ଉଇକେଟ୍‌ ସୁରକ୍ଷିତ ରହିଥିବାବେଳେ କେନ୍‌ ଓ୍ବିଲିୟମସନଙ୍କ ଦଳ ୧୩୮ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ସୋମବାର ଅନ୍ତିମ ଦିବସ ହୋଇଥିବାରୁ ମ୍ୟାଚ୍‌ ଡ୍ର’ ରହିବାର ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ନୂଆ ନିୟମ ଅନୁଯାୟୀ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ନ୍ୟୁଜିଲାଣ୍ଡ ପଏଣ୍ଟ ଖାତା ଖୋଲିବ ଏକପ୍ରକାର ସ୍ପଷ୍ଟ ହୋଇଛି।
ଅସମାପ୍ତ ସ୍କୋର ୧୯୬/୪ରୁ ଖେଳ ଆରମ୍ଭ କରିଥିବା ନ୍ୟୁଜିଲାଣ୍ଡ ରବିବାର ବର୍ଷା ଯୋଗୁ ପୁରା ଦିନରେ ୪୮ ଓଭର ଖେଳିପାରିଥିଲା। ଓପନର୍‌ ଟମ୍‌ ଲଥାମ୍‌ ନିଜ ସ୍କୋରରେ ଆଉ ୪୩ ରନ୍‌ ଯୋଡ଼ି ୧୫୪ ରନରେ ଆଉଟ୍‌ ହୋଇଥିଲେ। ୨୫୧ ବଲର ସାମ୍ନା କରିଥିବା ବାମହାତୀ ଲଥାମ୍‌ ଇନିଂସରେ ୧୫ ଚୌକା ମାରି ଦିଲରୁଓ୍ବାନା ପେରେରାଙ୍କ ବଲରେ ଏଲ୍‌ବିଡବ୍ଲୁ ହୋଇଯାଇଥିଲେ। ଏହାପରେ ଉଇକେଟ୍‌କିପର ବିଜେ ଓ୍ବାଟ୍‌ଲିଙ୍ଗଙ୍କ ସହ ମିଶି କଲିନ ଡି ଗ୍ରାଣ୍ଡହୋମ୍‌ ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ଦୁହେଁ ସତର୍କତାର ସହ ବ୍ୟାଟିଂ କରି ଷ୍ଟମ୍ପ୍ସ ଅପସାରଣ ପର୍ଯ୍ୟନ୍ତ ଦଳକୁ ଆଉ କ୍ଷତି ହେବାକୁ ଦେଇ ନ ଥିଲେ। ଖେଳ ଶେଷବେଳକୁ ଓ୍ବାଟ୍‌ଲିଙ୍ଗ୍‌ ୮୧ (୨୦୮ ବଲ୍‌) ଓ ଦ୍ରୁତ ବ୍ୟାଟିଂ କରୁଥିବା ଗ୍ରାଣ୍ଡହୋମ୍‌ ୮୩ (୭୫ ବଲ୍‌, ୫ ଚୌକା, ୫ ଛକା) ରନରେ ଅପରାଜିତ ରହିଛନ୍ତି। ଅସମାପ୍ତ ୬ ଉଇକେଟ୍‌ ଯୋଡ଼ିରେ ଉଭୟଙ୍କ ମଧ୍ୟରେ ୧୧୩ ରନର ଭାଗୀଦାରି ହୋଇଛି। ଘରୋଇ ଦଳ ପକ୍ଷରୁ ପେରେରା ସର୍ବାଧିକ ୩ଟି ଉଇକେଟ୍‌ ନେଇଛନ୍ତି। ପୂର୍ବରୁ ଧନଞ୍ଜୟ ଡି ସିଲ୍‌ଭା (୧୦୯)ଙ୍କ ଶତକ ବଳରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୧୪୪ ରନ କରିଥିଲା। ଦୁଇ ମ୍ୟାଚ୍‌ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌କୁ ୬ ଉଇକେଟ୍‌ରେ ଜିତି ଶ୍ରୀଲଙ୍କା ସିରିଜରେ ୧-୦ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?