Posted inଖେଳ

‘ନ୍ୟୁଜିଲାଣ୍ଡ-ଇଂଲଣ୍ଡ ଯୁଗ୍ମ ବିଜେତା ଘୋଷଣା ଉଚିତ ହୋଇଥାନ୍ତା’

ନୂଆଦିଲ୍ଲୀ,୧୩।୫(ପି.ଟି.): ଇଂଲଣ୍ଡରେ ଗତବର୍ଷ ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ରେ ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହୋଇଥିଲା। ତେବେ ଇଂଲଣ୍ଡ ସମେତ ରନର୍ସଅପ୍‌ ନ୍ୟୁଜିଲାଣ୍ଡକୁ ଯୁଗ୍ମ ବିଜେତା ଭାବେ ଘୋଷିତ କରାଯିବା ଉଚିତ ବୋଲି ଭାରତୀୟ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି।
ବିଶ୍ୱକପ୍‌ର ଐତିହାସିକ ଫାଇନାଲ ମ୍ୟାଚ୍‌ ସୁପର ଓଭର ପରେ ମଧ୍ୟ ମ୍ୟାଚ୍‌ ଟାଇ ରହିଥିଲା। ତେବେ ବାଉଣ୍ଡାରୀ ସଂଖ୍ୟ ଦୃଷ୍ଟିକୋଣରୁ ନ୍ୟୁଜିଲାଣ୍ଡ ପଛରେ ପଡିଯିବାରୁ ଇଂଲଣ୍ଡ ଚାମ୍ପିୟନ ଘୋଷିତ ହୋଇଥିଲା। କିନ୍ତୁ ଇଂଲଣ୍ଡ ସମେତ ନ୍ୟୁଜିଲାଣ୍ଡକୁ ମଧ୍ୟ ଚାମ୍ପିୟନ ଘୋଷଣା କରାଯିବା ଉଚିତ୍‌ ଥିଲା ବୋଲି ଗମ୍ଭୀର ଷ୍ଟାର ସ୍ପୋଟର୍‌ସ ଶୋ’ ‘କ୍ରିକେଟ କନେକ୍‌ଟେଡ’କୁ ସାକ୍ଷାତକାର ଦେଇ କହିଛନ୍ତି। ବିଶ୍ୱକପ୍‌ର ବିଭିନ୍ନ ସଂସ୍କରଣରେ ଦମ୍‌ଦାର ପ୍ରଦର୍ଶନ କରିଥିଲେ ମଧ୍ୟ ନ୍ୟୁଜିଲାଣ୍ଡକୁ କେବେ ଶ୍ରେୟ ପ୍ରଦାନ କରାଯାଇ ନାହିଁ। ମୋଟାମୋଟି ଉପରେ ରେକର୍ଡ ଦେଖିଲେ ନୁଜିଲାଣ୍ଡ ଏହି ମେଗା ଇଭେଣ୍ଟରେ ସବୁବେଳେ ସ୍ଥିର ପ୍ରଦର୍ଶନ କରିଆସିଛି। କ୍ରମାଗତ ଗତ ଦୁଇଟି ବିଶ୍ୱକପ୍‌ରେ ନୁଜିଲାଣ୍ଡ ଫାଇନାଲରେ ପରାସ୍ତ ହୋଇ ରନର୍ସଅପ ହୋଇଥିଲା। କ୍ରିକେଟର ୩ଟି ଯାକ ଫର୍ମାଟ୍‌ରେ ଓ ସବୁ ପ୍ରକାର ପରିସ୍ଥିତିରେ ନ୍ୟୁଜିଲାଣ୍ଡ ସବୁବେଳେ ଭଲ ପ୍ରଦର୍ଶନ କରି ଆସିଛି। ନ୍ୟୁଜିଲାଣ୍ଡକୁ ତା’ର ଦକ୍ଷତା ଅନୁସାରେ ପ୍ରକୃତ ଶ୍ରେୟ କେବେ ପ୍ରଦାନ କରାଯାଇ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri