Posted inଖେଳ

ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ କ୍ଷମା ମାଗିଲେ ବେନ୍‌ ଷ୍ଟୋକ୍ସ, ଜାଣନ୍ତୁ କାହିଁକି

ଲର୍ଡସ, ୧୫।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ ଟାଇଟଲ ବିଜୟୀ ହୋଇଛି। ତେବେ ମ୍ୟାଚ୍‌ ଜିତିବା ପରେ ଇଂଲଣ୍ଡ ଖେଳାଳି ବେନ୍‌ ଷ୍ଟୋକ୍ସ ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ କ୍ଷମା ମାଗିଛନ୍ତି। ସୁପର ଓଭରରେ ଷ୍ଟୋକ୍ସ ପ୍ରଥମ ତିନିଟି ବଲ୍‌ରେ ୯ ରନ୍‌ କରିଥିଲେ। ଚତୁର୍ଥ ବଲରେ ଏକ ସଟ୍‌ ୨ ପାନ୍‌ ପାଇଁ ଦୌଡିଥିଲେ। ଏହି ସମୟରେ ନ୍ୟୁଜିଲାଣ୍ଡ ଖେଳାଳି ମାର୍ଟିନ ଗପ୍ଟିଲଙ୍କ ଏକ ଭୁଲ ଥ୍ରୋ ଯୋଗୁ ବଲ୍‌ଟି ଷ୍ଟୋକ୍ସଙ୍କ ବ୍ୟାଟରେ ବାଜି ଚୌକା ହୋଇଥିଲା। ଏହି ଚୌକା ଯୋଗୁ ହଁି ଇଂଲଣ୍ଡ ବିଶ୍ୱବିଜୟୀ ହୋଇପାରିଥିଲା। ଭୁଲରେ ବଲଟି ତାଙ୍କ ବ୍ୟାଟରେ ବାଜିଥିବାରୁ ଷ୍ଟୋକ୍ସ କ୍ଷମା ପ୍ରାର୍ଥନା କରିଛନ୍ତି। ସୂଚନାଯୋଗ୍ୟ, ଆୟୋଜକ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରବିବାର ଖେଳାଯାଇଥିବା ରୋମାଞ୍ଚକ ଫାଇନାଲ ମ୍ୟାଚ ଶେଷରେ ଟାଇରେ ଶେଷ ହୋଇଥିଲା। ଟସ ଜିତି ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୫୦ ଓଭରରେ ୮ ଉଇକେଟ ହରାଇ ୨୪୧ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ଠିକ ୫୦ ଓଭରରେ ସମାନ ୨୪୧ ରନ କରି ଅଲଆଉଟ ହୋଇଥିଲା। ମ୍ୟାଚ ଟାଇ ହେବାଫଳରେ ସୁପର ଓଭର ଖେଳାଯାଇଥିଲା। ଏଥିରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ବିନା ଉଇକେଟ ହରାଇ ୧୫ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ଗୋଟିଏ ଉଇକେଟ ହରାଇ ସମାନ ୧୫ ରନ କରିଥିଲା। ଶେଷ ବଲରେ ୨ ରନ ନେବାକୁ ଯାଇ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ରନଆଉଟ ହୋଇଥିଲେ। ସୁପର ଓଭର ମଧ୍ୟ ଟାଇରେ ଶେଷ ହୋଇଥିଲା। ତେବେ ଅଧିକ ସଂଖ୍ୟକ ଚୌକା ମାରିଥିବାରୁ ଇଂଲଣ୍ଡ ବିଜୟୀ ଘୋଷିତ ହୋଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri