Posted inଖେଳ

ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜରୁ ବାଦ୍‌ପଡ଼ିଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୧।୨: ଭାରତୀୟ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଫିଟନେସ୍‌ ହାସଲ କରି ନ ଥିବାରୁ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ପାଣ୍ଡ୍ୟା ଏନ୍‌ସିଏ ମୁଖ୍ୟ ଫିଜିଓ ଆଶିଷ କୌଶିକଙ୍କ ସହ ଲଣ୍ଡନ ଗସ୍ତ କରିଥିଲେ। ସେଠାରେ ସ୍ପାଇନାଲ ସର୍ଜନ ଜେମ୍ସ ଅଲିବୋନଙ୍କୁ ଭେଟିଥିଲେ। ସର୍ଜନଙ୍କ ପରାମର୍ଶ ପରେ ପାଣ୍ଡ୍ୟାଙ୍କ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିବା ବିସିସିଆଇ ସାଧାରଣ ସମ୍ପାଦକ ଜୟ ଶାହା ଏକ ବିବୃତିରେ କହିଛନ୍ତି। ସେ ଏବେ ସମ୍ପୂର୍ଣ୍ଣ ଫିଟନେସ ହାସଲ କରିବା ପର୍ଯ୍ୟନ୍ତ ଜାତୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ରହିବେ। ଗତବର୍ଷ ଅକ୍ଟୋବରରେ ପାଣ୍ଡ୍ୟାଙ୍କ ଅଣ୍ଟାରେ ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ସେବେଠାରୁ ସେ ପଡ଼ିଆକୁ ଫେରି ନାହାନ୍ତି। ଅନ୍ତିମ ଥର ଭାରତ ପାଇଁ ସେପ୍ଟେମ୍ବରରେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିଥିଲେ। ଅଣ୍ଟାଜନିତ ସମସ୍ୟା ଯୋଗୁ ଦଳରେ ନିୟମିତ ସ୍ଥାନ ପାଉ ନ ଥିଲେ। ଅସ୍ତ୍ରୋପଚାରରୁ ଫେରିବା ପରେ ଗତମାସରେ ପାଣ୍ଡ୍ୟା ବାଧ୍ୟତାମୂଳକ ଫିଟ୍‌ନେସ ଟେଷ୍ଟରେ ଫେଲ୍‌ ହେବା ପରେ ଭାରତ ଏ’ ଦଳରୁ ଓହରି ଯାଇଥିଲେ। ଚୟନକର୍ତ୍ତାମାନେ ତାଙ୍କୁ ରଣ୍‌ଜୀରେ ପରୀକ୍ଷା ନ କରାଇ ସିଧାସଳଖ ଦଳରେ ଚୟନ କରିଥିଲେ। ଫିଟନେସ ଟେଷ୍ଟରେ ପାଣ୍ଡ୍ୟାଙ୍କ ସ୍କୋର ଭଲ ନ ଥିଲା। ଫଳରେ ତାମିଲନାଡୁ ଅଧିନାୟକ ବିଜୟ ଶଙ୍କରଙ୍କୁ ଇଣ୍ଡିଆ ଏ’ ଦଳରେ ନିଆଯାଇଥିଲା। ଚଳିତମାସ ୨୧ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଓ୍ବେଲିଂଟନ୍‌ଠାରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଦ୍ୱିତୀୟ ଟେଷ୍ଟ ଫେବୃୟାରୀ ୨୯ରୁ ଖ୍ରୀଷ୍ଟଚର୍ଚ୍ଚାଠାରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri