ନୟାଗଡ଼ରେ ଆଉ ୩ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ/ଗଣିଆ,୧୮ା୫(ଡି.ଏନ୍‌.ଏ.): ଗଣିଆ ବ୍ଲକର ୩ଜଣ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୧, ୪୭ ଓ ୪୮ ବର୍ଷର ପ୍ରବାସୀ ଶ୍ରମିକ ଚିହ୍ନଟ ହୋଇଛନ୍ତି। ଏମାନେ ଗୁଜରାଟର ଅହମ୍ମଦାବାଦରୁ ଆସି କ୍ୱାରାଣ୍ଟାଇନ୍‌ରେ ଥିଲେ। ରିପୋର୍ଟ ଆସିବା ପରେ ୩ଜଣଙ୍କୁ ରବିବାର ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ବୋଲି ସିଡିଏମଓ ଶ୍ୱେତ ମହାପାତ୍ର ସୂଚନା ଦେଇଛନ୍ତି। ଅହମ୍ମଦାବାଦରୁ ଆସିଥିବା ୬୦ଜଣଙ୍କ ମଧ୍ୟରୁ ୫୫ ଜଣ ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ ଓ ୫ଜଣ କିଶୋରପ୍ରସାଦ ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ରଘୁନାଥ ଜୀଉ ମହାବିଦ୍ୟାଳୟରେ ଥିବା ଗଞ୍ଜାମ, କଟକ ନରସିଂହପୁର ଓ ଗଣିଆ ବ୍ଲକର ୫୯ଜଣଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଯାଇଥିଲା। ଏଥିରୁ ୪୪ ନେଗେଟିଭ୍‌ ଓ ୩ ପଜିଟିଭ୍‌ ଆସିଥିଲା। ଏମାନେ ବସନ୍ତପୁର, ହଟିଆପଲ୍ଲୀ ଅଞ୍ଚଳର ବୋଲି ଜଣାପଡିଛି। ଅନ୍ୟମାନଙ୍କ ରିପୋର୍ଟ ଆସି ନାହିଁ । ପ୍ରଥମେ ଜିଲାର କରଡା ହରିହରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୫ଜଣ ଓ କୋମଣ୍ଡ ହାଇସ୍କୁଲ ସେଣ୍ଟରରୁ ଜଣେ ଏପରି ୬ଜଣ ପ୍ରବାସୀଙ୍କ କରୋନା ପଜିଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଗାଁ: ଯେଉଁଠି ଲୋକଙ୍କ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ସହର ଏବଂ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri