ନୟାପଲ୍ଲୀରେ ପୂଜାପାଇବେ ୩୫ ଫୁଟ ଗଣେଶ

ଭୁବନେଶ୍ୱର,୨୦୮(ବ୍ୟୁରୋ): ନୟାପଲ୍ଲୀ ନୂଆସାହି ଆଖଣ୍ଡଳମଣୀ ପୂଜା କମିଟି ଏବଂ ମୌରିଆ ଗ୍ରୁପ୍‌ ଆନୁକୂଲ୍ୟରେ ଚଳିତବର୍ଷ ପ୍ରଥମଥର ପାଇଁ ଗଣେଶ ପୂଜା ମହାଆଡ଼ମ୍ବରରେ ଆୟୋଜିତ ହେବ। ୩୫ ଫୁଟ ଉଚ୍ଚତା ବିଶିଷ୍ଟ ଗଣେଶ ମୂର୍ତ୍ତି ମୁଖ୍ୟ ଆକର୍ଷଣ ରହିବ। କଲିକତାରୁ ଆସିଥିବା କାରିଗରମାନେ ମୂର୍ତ୍ତି ନିର୍ମାଣରେ ଲାଗିପଡ଼ିଥିବାବେଳେ ଏଥିରେ କୌଣସି ପ୍ରକାର ରାସାୟନିକ ପଦାର୍ଥର ବ୍ୟବହାର କରାଯାଉନାହିଁ। ଏନେଇ ଆଖଣ୍ଡଳମଣୀ ସେବା ସଂସଦ ପରିସରରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ କମିଟି ସମ୍ପାଦକ ସାଗର ବଳବନ୍ତରାୟ ସୂଚନା ଦେଇଛନ୍ତି। ସେ କହିଲେ, ଚଳିତବର୍ଷ ଗଣେଶ ପୂଜାକୁ ଅନ୍ୟମାନଙ୍କଠାରୁ ଭିନ୍ନ କରାଯିବ। ମୂର୍ତ୍ତି ରଙ୍ଗ କରିବାକୁ କୌଣସି ପ୍ରକାର ରାସାୟନିକ ରଙ୍ଗ ବ୍ୟବହାର କରା ନ ଯିବାକୁ ସ୍ଥିର ହୋଇଛି। ପୂଜାରେ ପ୍ରଭୁ ଗଣେଶଙ୍କ ନିକଟରେ ୩୫ କିଲୋଗ୍ରାମର ଲଡୁ ଭୋଗ ଲାଗିହେବା ସହ ଶ୍ରଦ୍ଧାଳୁଙ୍କ ପାଇଁ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ୭ ତାରିଖରେ ପୂଜାର ପୂର୍ଣ୍ଣାହୁତି ଅନୁଷ୍ଠିତ ହେବାସହ ୫ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କୁ ପ୍ରସାଦ ବଣ୍ଟନ କରାଯିବ। ଏହାସହ ପରିବେଶ ସୁରକ୍ଷା ପାଇଁ ଆୟୋଜକଙ୍କ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ କରାଯିବ। ୮ରେ ବିସର୍ଜନ ଉତ୍ସବ ଅନୁଷ୍ଠିତ ହେବ। କମିଟିର ବରିଷ୍ଠ ସଦସ୍ୟ ଦେବବ୍ରତ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଖବରଦାତା ସମ୍ମିଳନୀରେ କମିଟି ସଭାପତି ସୁମନ୍ତ ସାମନ୍ତରାୟ, ରାକେଶ ମହାନ୍ତି, ସୁଜିତ ରାୟ, ସନ୍ତୋଷ କୁମାର ସାହୁ, ବିଦ୍ୟାଧର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri