Posted inଖେଳ

ପଏଣ୍ଟ ବାଣ୍ଟିଲେ ଏଟିକେ, ହାଇଦ୍ରାବାଦ

ଫତୋର୍ଦା, ୧୧।୧୨- ଇଣ୍ଡିଆନ ସୁପରଲିଗ୍‌ରେ ଶୁକ୍ରବାର ଏଟିକେ ମୋହନ ବାଗାନ ଓ ହାଇଦ୍ରାବାଦ ଏଫସି ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ଗୋଲ ଦେବାପାଇଁ ଦୁଇ ଦଳର ଖେଳାଳିମାନେ ଭରପୂର ପ୍ରୟାସ କରିଥିଲା। ୫୪ତମ ମିନିଟରେ ମନଭୀର ସିଂ ଏକ ଗୋଲ ଦେଇ ଏଟିକେ ମୋହନ ବାଗାନକୁ ଅଗ୍ରଣୀ କରାଇଥିଲେ। ଏହାର ୧୦ ମିନିଟ ପରେ ଗୋଲ ପରିଶୋଧ ପାଇଁ ହାଇଦ୍ରାବାଦ ନିକଟରେ ସୁବର୍ଣ୍ଣ ସୁଯୋଗ ପହଞ୍ଚତ୍ଥିଲା। ୬୪ତମ ମିନିଟରେ ବକ୍ସ ଏରିଆ ମଧ୍ୟରେ ସୌଭିକ୍‌ ଚକ୍ରବର୍ତ୍ତୀଙ୍କୁ ମନଭୀର ଟାଣି ତଳେ ପକାଇବା ଅଭିଯୋଗରେ ରେଫରି ହାଇଦ୍ରାବାଦକୁ ପେନାଲ୍ଟି ସୁଯୋଗ ଦେଇଥିଲେ। ୬୫ତମ ମିନିଟରେ ଜୋଆଓ ଭିକ୍ଟର ଏହାକୁ ଗୋଲରେ ପରିଣତ କରି ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ୫ ମ୍ୟାଚରୁ ୧୦ ପଏଣ୍ଟ ସହ ଏଟିକେ ଟେବୁଲର ଦ୍ୱିତୀୟକୁ ଏବଂ ୪ ମ୍ୟାଚରୁ ୬ ପଏଣ୍ଟ ପାଇ ହାଇଦ୍ରାବାଦ ୫ମ ସ୍ଥାନକୁ ଉନ୍ନୀତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri