ପଙ୍କଜିନୀ, ବିପିନଙ୍କୁ ଶ୍ରଦ୍ଧାଞ୍ଜଳି: ‘ଶୂନ୍ୟତା ଅନୁଭବ କରିବେ ଜିଲାବାସୀ’

ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ପ୍ରଶାସନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ବିଶିଷ୍ଟ କବୟିତ୍ରୀ ‘ହାସ୍ୟବିଦ୍ୟୁଷୀ’ ପଙ୍କଜିନୀ ଦାଶ ଏବଂ ନାଟ୍ୟକାର ବିପିନ ବିହାରୀ ପଟ୍ଟନାୟକଙ୍କୁ ଭାବବିହ୍ବଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆୟୋଜିତ ସ୍ମୃତିସଭାରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି କହିଲେ, ପଙ୍କଜିନୀ ଏବଂ ବିପିନଙ୍କ ଶୂନ୍ୟତା ସବୁବେଳେ ଜିଲାବାସୀ ଅନୁଭବ କରିବେ। ଉଭୟେ ଉତ୍ତରପିଢ଼ିଙ୍କ ପାଇଁ ସର୍ବଦା ଆଦର୍ଶ ହୋଇରହିବ। ସେମାନଙ୍କ କୃତୀଗୁଡ଼ିକୁ ସାଉଁଟି ରଖିପାରିଲେ ଏହା ହିଁ ହେବ ସେମାନଙ୍କ ପାଇଁ ପ୍ରକୃତ ଶ୍ରଦ୍ଧାଞ୍ଜଳି।
ପ୍ରାରମ୍ଭରେ ଉଭୟଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରାଯାଇଥିଲା।
ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆରଡିଏ ନରୋତ୍ତମ ବେହେରା, ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ କବି ମନୋରଞ୍ଜନ ନନ୍ଦ, ସୁଦର୍ଶନ ମାଟି, ପ୍ରଦ୍ୟୁମ୍ନ ରଥ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ବସନ୍ତ ପଟ୍ଟନାୟକ, ରମା ସିଂ, ବିଶ୍ୱନାଥ ବେହେରା, ଶରତ ମିଶ୍ର ଭରଦ୍ୱାଜ, ପରେଶ ପଟ୍ଟନାୟକ, ଦୀଲିଶ୍ୱର ମହାରଣା, ଶତ୍ରୁଘ୍ନ ମାଟି, ବନମାଳୀ ମଲ୍ଲିକ, ଅଥୟ ସାହୁ ପ୍ରମୁଖ ସ୍ମୃତିଚାରଣ କରିଥିଲେ। ଜିଲା ସଂସ୍କୃତି ପରିଷଦ ସଂଯୋଜକ ଅବନୀ ମିଶ୍ର, ଜିଲା ସଂସ୍କୃତି ଅଧିକାରୀ ଲକ୍ଷ୍ମୀଧର ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶ୍ରଦ୍ଧାଞ୍ଜଳି ସଭାରେ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri