ପଙ୍ଗୋଙ୍ଗ ହ୍ରଦ ନିକଟରୁ ସୈନ୍ୟ ହଟାଅ

ନୂଆଦିଲ୍ଲୀ,୭ା୬(ପି.ଟି./ଆଇଏଏନ୍‌ଏସ୍‌): ସୀମା ବିବାଦକୁ ନେଇ ପୂର୍ବ ଲଦାଖରେ ମାସେ ହେଲା ଅଚଳାବସ୍ଥା ଲାଗି ରହିଥିବାବେଳେ ଏହାର ସମାଧାନ ପାଇଁ ପ୍ରଥମ ବଡ଼ ପଦକ୍ଷେପ ସ୍ବରୂପ ଶନିବାର ଭାରତ ଓ ଚାଇନା ସୈନ୍ୟବାହିନୀର ଲ୍ୟୁଟ୍‌ନାଣ୍ଟ ଜେନେରାଲ ସ୍ତରୀୟ ଆଲୋଚନା ଅନୁଷ୍ଠିତ ହୋଇଛି। ଲେହସ୍ଥିତ ୧୪ କର୍ପସ୍‌ର ଜେନେରାଲ ଅଫିସର କମାଣ୍ଡିଂ ଲ୍ୟୁଟ୍‌ନାଣ୍ଟ ଜେନେରାଲ ହରିନ୍ଦର ସିଂ ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେଇଥିବାବେଳେ ଚାଇନା ପକ୍ଷର ନେତୃତ୍ୱ ନେଇଛନ୍ତି ତିବ୍ବତ୍‌ ମିଲିଟାରି ଜିଷ୍ଟିକ୍ଟର କମାଣ୍ଡର। ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ଚାଇନା ପାର୍ଶ୍ୱରେ ଥିବା ମାଲ୍‌ଡୋ ସୀମାନ୍ତ ସୈନ୍ୟ ମିଟିଙ୍ଗ୍‌ ପଏଣ୍ଟରେ ଏହି ଆଲୋଚନା ହୋଇଥିଲା। ପଙ୍ଗୋଙ୍ଗ ସୋ ହ୍ରଦର ଉତ୍ତର ପାର୍ଶ୍ୱରେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ପୂର୍ବ ସ୍ଥିତିରେ ପରିବର୍ତ୍ତନ ପାଇଁ ଉଦ୍ୟମ ଚଳାଇଛି। ସେଥିପାଇଁ ଉକ୍ତ ଅଞ୍ଚଳରେ ପିଏଲ୍‌ଏ କ୍ୟାମ୍ପ୍‌ ନିର୍ମାଣ କରିଛି। ସେଠାରୁ ଚାଇନା ଏହାର ସୈନ୍ୟ ପ୍ରତ୍ୟାହାର କରିନେବା ସହ କ୍ୟାମ୍ପ୍‌ ହଟାଇନେବାକୁ ଭାରତ ପକ୍ଷରୁ ଦାବି କରାଯାଇଥିବା ଜଣାପଡିଛି।
ସୀମାନ୍ତ ଅଞ୍ଚଳରେ ଉପୁଜିଥିବା ସଙ୍କଟର ସମାଧାନ ପାଇଁ ଦୁଇ ଦେଶର ଅଧିକାରୀମାନେ ଉଭୟ ସାମରିକ ଓ କୂଟନୈତିକ ଚ୍ୟାନେଲରେ ସମାଧାନ ପାଇଁ ଉଦ୍ୟମ ଅବ୍ୟାହତ ରଖିଛନ୍ତି ବୋଲି ଭାରତୀୟ ସେନା ମୁଖପାତ୍ର ସୂଚନା ଦେଇଛନ୍ତି। ଭାରତ-ଚାଇନା ସୀମା ପ୍ରସଙ୍ଗରେ ତୃତୀୟ ପକ୍ଷର ସ୍ଥାନ ନାହିଁ ବୋଲି ସରକାର ପୂର୍ବରୁ ସ୍ପଷ୍ଟ କରିଦେଇଛନ୍ତି। ଗତ ୨ ତାରିଖରେ ଦୁଇଦେଶର ମେଜର ଜେନେରାଲ ପାହ୍ୟାର ଅଧିକାରୀସ୍ତରୀୟ ଆଲୋଚନା ହୋଇଥିଲା। ତେବେ ଏଥିରେ କୌଣସି ନିଷ୍କର୍ଷ ବାହାରିପାରି ନ ଥିଲା। ବହୁସଂଖ୍ୟାରେ ଚାଇନା ସୈନ୍ୟ ପଙ୍ଗୋଙ୍ଗ ହ୍ରଦର ଫିଙ୍ଗର ୪ ଅଞ୍ଚଳରେ କ୍ୟାମ୍ପ ପକାଇଛନ୍ତି। ଭାରତ ପକ୍ଷରୁ ମଧ୍ୟ ସେଠାକୁ ଅନୁରୂପ ସଂଖ୍ୟକ ଯବାନ ପଠାଯାଇଛି। ପଙ୍ଗୋଙ୍ଗ ହ୍ରଦକୁ ୮ଟି ଫିଙ୍ଗରରେ ବିଭକ୍ତ କରାଯାଇଛି। ୧ରୁ ୪ ପର୍ଯ୍ୟନ୍ତ ଫିଙ୍ଗର ଭାରତ ନିୟନ୍ତ୍ରଣରେ ଥିବାବେଳେ ୫ରୁ ୮ ଫିଙ୍ଗର ଚାଇନା ଅଧୀନରେ ରହିଛି। ଫିଙ୍ଗର ୪ ନିକଟରେ ଭାରତୀୟ ଘାଟି ରହିଥିବାବେଳେ ଫିଙ୍ଗର ୮ ପର୍ଯ୍ୟନ୍ତ ସବୁ ଅଞ୍ଚଳକୁ ଭାରତ ଦାବି କରୁଛି। ଫଳରେ ଫିଙ୍ଗର ୪ରୁ ୮ ପର୍ଯ୍ୟନ୍ତ ଅଞ୍ଚଳ ବିବାଦୀୟ ହୋଇରହିଛି ଏବଂ ଏହାକୁ ନେଇ ବେଳେବେଳେ ଦୁଇ ସେନା ମୁହାଁମୁହିଁ ହେଉଛନ୍ତି। ମେ’ ୫ରେ ଉକ୍ତ ଅଞ୍ଚଳରେ ଭାରତ ଓ ଚାଇନ ସୈନ୍ୟଙ୍କ ମଧ୍ୟରେ ଧସ୍ତାଧସ୍ତି ହେବାରୁ ଉଭୟ ପକ୍ଷରୁ ଅନେକ ଆହତ ହୋଇଥିଲେ।
ଶୁକ୍ରବାର ଦୁଇଦେଶ ମଧ୍ୟରେ କୂଟନୈତିକ ସ୍ତରୀୟ ଆଲୋଚନା ହୋଇଥିଲା। ଶାନ୍ତିପୂର୍ଣ୍ଣ ଆଲୋଚନା ମାଧ୍ୟମରେ ମତପାର୍ଥକ୍ୟ ଦୂର କରିବା ଲାଗି ଉଭୟ ପକ୍ଷ ରାଜି ହୋଇଥିଲେ। ୨୦୧୮ରେ ଉହାନ ସହରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗଙ୍କ ମଧ୍ୟରେ ଅନୁଷ୍ଠିତ ଅନୌପଚାରିକ ସମିଟ୍‌ରେ ନିଆଯାଇଥିବା ନିଷ୍ପତ୍ତି ଓ ମାର୍ଗଦର୍ଶିକା ଅନୁଯାୟୀ ବିବାଦ ସମାଧାନ କରିବାକୁ ଦୁଇ ପକ୍ଷ ସହମତ ହୋଇଥିଲେ। ଏହା ବ୍ୟତୀତ ଦୁଇ ସେନାର ସ୍ଥାନୀୟ କମାଣ୍ଡରଙ୍କ ମଧ୍ୟରେ ୧୨ ଥର ଏବଂ ମେଜର ଜେନେରାଲ ସ୍ତରରେ ୩ ଥର ବୈଠକ ଅନୁଷ୍ଠିତ ହୋଇସାରିଥିଲେ ମଧ୍ୟ ସମାଧାନର ବାଟ ବାହାରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri