ପଞ୍ଚଦଶତମ ପାତାଳି ମହୋତ୍ସବ ଉଦ୍‌ଯାପିତ

ଉଲୁଣ୍ଡା, ୨ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରଠାରେ ଚାଲିଥିବା ପଞ୍ଚଦଶତମ ପାତାଳି ମହୋତ୍ସବ ଶନିବାର ପୂର୍ଣ୍ଣାହୂତି ସହ ସମ୍ପନ୍ନ ହୋଇଛି। ପ୍ରଥମେ କଳସ ଯାତ୍ରା କରାଯାଇ ସ୍ଥାପନ କଲାପରେ ୫୬ ପ୍ରହର ନାମଯଜ୍ଞ ଏବଂ ପଞ୍ଚକୁଣ୍ଡୀୟ ଘୃତଯଜ୍ଞ ଆରମ୍ଭ ହୋଇଥିଲା। ସାତଦିନ ବ୍ୟାପୀ ଅନୁଷ୍ଠିତ ବିଭିନ୍ନ ଦିବସରେ ୫୬ ପ୍ରହର ନାମଯଜ୍ଞରେ ୪୫ ଟି ସଂକୀର୍ତ୍ତନ ମଣ୍ଡଳୀ ଯୋଗଦେଇ ଅଖଣ୍ଡ ନାମ ପରିବେଷଣ କରିଥିଲେ। ପ୍ରତ୍ୟେକ ଦିବସର ଆଠଟି ପ୍ରହରରେ ଯଜ୍ଞ ପୂଜକ ଭାବେ ଦେବାର୍ଚ୍ଚନ ଦାସ, ସୁରେନ୍ଦ୍ର ହୋତା, ବିଦ୍ୟାଧର ଦାସ, ଅର୍ଜୁନ ପଣ୍ଡା, ସୁରେଶ ପ୍ରଶାଦ ନନ୍ଦ, ଗୋପାଳ ନନ୍ଦ ପ୍ରମୁଖ ଘୃତଯଜ୍ଞ କରିଥିଲେ। ଏଥିରେ ଯଜ୍ଞ କର୍ତ୍ତା ଭାବେ ଚମରା ଅମାତ, ଗୋପାଳ ପଣ୍ଡା, ସତ୍ୟାନନ୍ଦ ମେଣ୍ଡଲି, ନରସିଂହ ପଧାନ, ସତ୍ୟନାରାୟଣ ତ୍ରିପାଠୀ ଦାୟିତ୍ୱ ତୁଲାଇଥିଲେ। ପ୍ରତ୍ୟହ ସନ୍ଧ୍ୟାରେ ଭଜନ, ପ୍ରବଚନ, ଧର୍ମସଭା ଅନୁଷ୍ଠିତ ହୋଇଥିଲା। ସିଣ୍ଢୋଲ ଏବଂ ସୁବଳୟା କେଜିବିଭିର ଛାତ୍ରୀଛାତ୍ରଙ୍କ ସମେତ ଇ ମଡେଲ ସ୍କୁଲ, ବୀରମହାରାଜପୁର ଗାୟତ୍ରୀ ଆବାସିକ ଶିକ୍ଷା ନିକେତନ, ହରିଣାପାଲି, ବାଘପାଲି, ଖୁଣ୍ଟୁଲାପାଲି, କୋଟସମଲାଇ ସ୍କୁଲର ଛାତ୍ରୀଛାତ୍ରମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ସେହିପରି ରସକି ସାହୁ ଓ ସାଥୀଙ୍କ ଦଣ୍ଡନୃତ୍ୟ, ଶଙ୍କର ବେହେରା ଓ ସାଥୀ, କେନ୍ଦ୍ରାପଡା ପଟାମୁଣ୍ଡାଇର ଗଡମେକର ଅନୁଷ୍ଠାନ, ପଙ୍କଜ କୁମାର ନନ୍ଦ ଓ ସାଥୀ ପାଲା ପରିବେଷଣ କରିଥିଲେ। ଶନିବାର ପୁର୍ଣ୍ଣଚନ୍ଦ୍ର ପାଢୀଙ୍କ ସଂଯୋଜନାରେ ଆୟୋଜିତ ଉଦଯାପନୀ ସମାରୋହରେ ବୀରମହାରାଜପୁର ଉପଜିଲାପାଳ ଅଶୋକ କୁମାର ଭୋଇ ଅତିଥି ଭାବେ ଯୋଗଦେଇଥିଲେ। ପ୍ରତ୍ୟହ ସକାଳୁ ଶ୍ରୀଜଗନ୍ନାଥଙ୍କ ପୀଠରେ ଭଗବାନ ଷଡଙ୍ଗୀ ନିଜ ସାଥୀଙ୍କ ସହ ଭାଗବତ ସପ୍ତାହ ପାରାୟଣ କରିଥିଲେ। ଏଥି ସହିତ ପତ୍ୟହ ମହାପ୍ରଭୁଙ୍କ ବିଭିନ୍ନ ପ୍ରକାର ବେଶ କରାଯାଇଥିଲା। ମୁଖ୍ୟ ପୂଜକ ଭାବେ ସୁଧିର ପୁରୋହିତ ପୂଜା କାର୍ଯ୍ୟ କରିଥିଲେ। ହଜାର ହଜାର ଭକ୍ତ ପାହାଡ ଚଢି ବିଭିନ୍ନ ଗୁମ୍ପା ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri