Posted inଖେଳ

ପଞ୍ଚମ ଓ୍ବିମ୍ବେଲଡନ୍‌ ଟାଇଟଲ୍‌ ଲକ୍ଷ୍ୟରେ ଜୋକୋଭିଚ୍‌

ଲଣ୍ଡନ, ୩୦।୬(ଏଏଫ୍‌ପି)- ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ସୋମବାରଠାରୁ ସ୍ଥାନୀୟ ଅଲ୍‌ ଇଂଲଣ୍ଡ ଲନ୍‌ ଟେନିସ କ୍ଲବଠାରେ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ପ୍ରତିଯୋଗିତାର ଏହା ହେବ ୧୩୩ତମ ସଂସ୍କରଣ। ସର୍ବିୟା ଟେନିସ ତାରକା ନୋଭାକ ଜୋକୋଭିଚ୍‌ ପୁରୁଷ ବିଭାଗର ଡିଫେଣ୍ଡିଂ ଚାମ୍ପିୟନ ରହିଥିବାବେଳେ ମହିଳାରେ ଆଞ୍ଜେଲିନା କେର୍ବର ମହିଳା ବିଭାଗରେ ଟାଇଟଲ୍‌ ଜିତିଥିଲେ। ପୁରୁଷ ବିଭାଗରେ ଏକ ନମ୍ବର ସିଡ୍‌ ମାନ୍ୟତା ପାଇଥିବା ଜୋକୋଭିଚ୍‌ ଏଠାରେ ନିଜର ୫ମ ଟାଇଟଲ ହାସଲ ପାଇଁ କୋଟ୍‌କୁ ଓହ୍ଲାଇବେ। ପ୍ରଥମ ରାଉଣ୍ଡ ମୁକାବିଲାରେ ଜୋକୋଭିଚ୍‌ ସୋମବାର ଜର୍ମାନୀର ଫିଲିପ୍‌ କୋହଶ୍ଚରବରଙ୍କୁ ଭେଟିବେ। ସେହିଭଳି ୨ୟ ସିଡ୍‌ ମାନ୍ୟତା ପାଇଥିବା ସୁଇଜରଲାଣ୍ଡର ରୋଜର ଫେଡରର ଚଳିତ ବର୍ଷ ଯଦି ଚାମ୍ପିୟନ ହୁଅନ୍ତି ତେବେ ଏହା ତାଙ୍କର କ୍ୟାରିୟରର ୨୧ତମ ତଥା ୯ମ ଓ୍ବିମ୍ବେଲଡନ ଟ୍ରଫି ହେବ। ସେହିଭଳି ୩୮ ବର୍ଷୀୟ ଫେଡରର ବୟୋଜ୍ୟେଷ୍ଠ ଖେଳାଳିଭାବେ ଗ୍ରାଣ୍ଡସ୍ଲାମ ଟ୍ରଫି ଜିତିବାର ସୁଯୋଗ ମଧ୍ୟ ରହିଛି। ସ୍ପାନିଶ ତାରକା ରାଫାଲ ନାଡାଲ ମଧ୍ୟ ଟାଇଟଲ୍‌ ଦୌଡ଼ରେ ରହିଛନ୍ତି। ଅପରପକ୍ଷରେ ମହିଳା ସିଙ୍ଗଲ୍ସରେ ନୂତନ ଭାବେ ବିଶ୍ୱର ଏକ ନମ୍ବର ସ୍ଥାନ ହାସଲ କରିଥିବା ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି, ନାଓମି ଓସାକା, ଭେଟେରାନ ଆମେରିକୀୟ ଖେଳାଳି ସେରେନା ଓ୍ବିଲିୟମ୍ସ ପ୍ରମୁଖ ଟାଇଟଲ୍‌ ଦାବିଦାର ରହିଛନ୍ତି। ୩୭ ବର୍ଷୀୟ ସେରେନା ୭ଥର ଏହି ସମ୍ମାନଜନକ ଟ୍ରଫି ଜିତିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri