ପଞ୍ଚମ ଥର ଲାଗି ବିଜେଡି କବ୍ଜାରେ କାକଟପୁର: କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣଙ୍କୁ ହରାଇ ତୁଷାରକାନ୍ତି ହେଲେ ବିଧାୟକ

କାକଟପୁର,୨୪।୫(ଡି.ଏନ୍‌.ଏ.): ନାନା କଳ୍ପନା ଜଳ୍ପନା ସତ୍ତ୍ୱେ କାକଟପୁରରେ ପୁଣି ଥରେ ବାଜିମାତ୍‌ କରିଛି ବିଜେଡି। ଲଗାତାର ୫ମଥର ଲାଗି କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ କବ୍ଜାକୁ ନେଇଛି ଦଳ। ଭାଜପା ଦଳ ଓ ପ୍ରାର୍ଥୀତ୍ୱକୁ ପରିତ୍ୟାଗ କରି ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ଯୁବ ଇଞ୍ଜିନିୟର ତୁଷାରକାନ୍ତି ବେହେରା ବିଜୟୀ ହୋଇ କାକଟପୁର ବିଧାୟକ ହୋଇଛନ୍ତି। ତୁଷାର ୯୧ ହଜାର ୭୬୩ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣ ଦାସ ୪୬ ହଜାର ୧୫୬ଖଣ୍ଡ, ଭାଜପା ପ୍ରାର୍ଥୀ ରବି ମଲ୍ଲିକ ୩୦ ହଜାର ୬୬୮ଖଣ୍ଡ ଭୋଟ ପାଇ ପରାଜିତ ହୋଇଛନ୍ତି।

୨୦୧୪ ନିର୍ବାଚନରେ ବିଜେଡି ପ୍ରାର୍ଥୀ ସୁରେନ୍ଦ୍ର ସେଠୀ ୪୧ହଜାର ୩୦ଖଣ୍ଡ ଅଧିକ ଭୋଟରେ କଂଗ୍ରେସ ପ୍ରାର୍ଥୀ ରବିନ୍ଦ୍ର ସେଠୀଙ୍କୁ ପରାଜିତ କରିଥିବା ବେଳେ ଚଳିତ ନିର୍ବାଚନରେ ତୁଷାରକାନ୍ତି ୪୫ହଜାର ୬୦୭ ଖଣ୍ଡ ଅଧିକ ଭୋଟ ବ୍ୟବଧାନରେ ଜିତିଛନ୍ତି। ସେ ବିଜୟୀ ହେବା ଘୋଷଣା ହେବା ପରେ କାକଟପୁର, ଅସ୍ତରଙ୍ଗ, ଗୋପ, କୋଣାର୍କ, ବାଲିଦୋକାନ, ନୟାହାଟ ପ୍ରଭୃତି ସ୍ଥାନରେ ଦଳୀୟ କର୍ମୀମାନେ ଆତସବାଜି ଫୁଟାଇ ମିଠାବାଣ୍ଟି ଖୁସି ମନାଇଛନ୍ତି। ବିଜୟୀ ହେବା ପରେ କାକଟପୁର ନିର୍ବାଚନମଣ୍ଡଳୀର ଭୋଟରମାନଙ୍କୁ ତୁଷାରକାନ୍ତି ଧନ୍ୟବାଦ ଜଣାଇବା ସହ ଲୋକମାନଙ୍କର ପ୍ରମୁଖ ସମସ୍ୟା ପାନୀୟ ଜଳ, ବିଜୁ ସେତୁ, ସ୍ଥାୟୀ ବସ୍‌ଷ୍ଟାଣ୍ଡ, ମଙ୍ଗଳା ମନ୍ଦିର ଓ ଜାହାନିଆଁଁ ପୀର ପୀଠର ଉନ୍ନତି ଆଦି ଦିଗକୁ ସେ ପ୍ରାଥମିକତା ଦେବେ ବୋଲି ‘ଧରିତ୍ରୀ’କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri