ପଞ୍ଚସଖା ସ୍ମୃତି ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବନବିଦ୍ୟାଳୟ ବିନ୍ଧାଣୀ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଅବହେଳିତ ଅବସ୍ଥାରେ ରହିଛି। ବକୁଳବନ ସନ୍ନିକଟ ପଞ୍ଚସଖା ଖେଳପଡିଆକୁ ଲାଗିରହିଥିବା ଏହି ପୀଠ ମଧ୍ୟରେ ଓଡିଆ ଜାତିର ଜନ ନାୟକ ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପଣ୍ଡିତ ନୀଳକଣ୍ଠ ଦାସ, ପଣ୍ଡିତ ଗୋଦାବରୀଶ ମିଶ୍ର, ପଣ୍ଡିତ କୃପାସିନ୍ଧୁ ମିଶ୍ର ଓ ଆଚାର୍ଯ୍ୟ ହରିହର ଦାସଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ସେହି ଶ୍ମଶାନରେ ମହାପୁରୁଷଙ୍କର ସମାଧି ପୀଠ ନିର୍ମାଣ କରାଯାଇ ଏହାକୁ ସ୍ମୃତି ଉଦ୍ଦେଶ୍ୟରେ ଲୋକାର୍ପିତ କରାଯାଇଥିଲା। ସାତଟିସମାଧି ମନ୍ଦିରରେ ମାର୍ବଲ ଓ ଗ୍ରାନାଇଟ ପଥର ଖଞ୍ଜିବା, ଫୁଟପାଥ, ଚଟାଣ, ଆଲୋକୀ୍‌କରଣ, ଫୁଲ ବଗିଚା ଓ ତୋରଣ ନିର୍ମାଣ କରାଯାଇଥିଲା। ଏହା ସାଧାରଣ ଦର୍ଶକମାନଙ୍କ ମନକୁ ଛୁଇଁଥିଲା। ପୂର୍ବରୁ ସେଠାରେ ଅପରାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ସ୍ଥାନୀୟ ବ୍ୟକ୍ତିମାନେ ଅବସର ସମୟ କଟାଇବା ସହିତ ସେମାନଙ୍କର ଅତିଥି ମାନଙ୍କୁ ଏହି ପୁଣ୍ୟପୀଠ ବୁଲାଉଥିଲେ। ଏପରି କି ଏହାର ସାଜସଜ୍ଜା ପ୍ରତି ଆକୃଷ୍ଟ ହୋଇ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ମାନେ ଏଠାରେ ଶୁଟିଂ କରୁଥିବା ଦେଖାଯାଇଥିଲା। ପୂଜ୍ୟପୂଜା ହେଉ ଅବା ବିଭିନ୍ନ ସଭା ସମିତି ସମୟରେ ଏହି ସମାଧି ପୀଠରେ ଫୁଲମାଳ ଦେଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବେବି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଥିବା ବେଳେ ଉପଯୁକ୍ତ ରକ୍ଷଣା ବେକ୍ଷଣ ବିନା ଏହି ପୀଠର ଉନ୍ନୟନ ଉଜୁଡିଯାଇଛି। ବାତ୍ୟାରେ ପଛପାର୍ଶ୍ୱ ପ୍ରାଚୀର ଭାଙ୍ଗିଯାଇଛି। ମୁଖ୍ୟ ଫାଟକ ଉନ୍ମୁକ୍ତ ରହିଛି। ଜଗୁଆଳି ବ୍ୟବସ୍ଥା ନାହିଁ। ଅନ୍ଧାର ଓ ନିଛାଟିଆର ସୁଯୋଗ ନେଇ ସେଠାରେ ନିଶାଖୋର ଓ ଅସାମାଜିକ ବ୍ୟକ୍ତି ମାନେ ଆଡ୍ଡା ଜମାଉ ଥିବାରୁ ସାଧାରଣ ଲୋକେ ଏହିପୀଠରୁ ମୁହଁ ଫେରାଇ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri