ପଞ୍ଚାୟତରେ ଲୋକଙ୍କୁ କାମ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଗାଁ ଗହଳିରେ ଯେପରି ଲୋକଙ୍କୁ କାମ ମିଳିବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। କରୋନା ପରବର୍ତ୍ତୀ ସମୟରେ ଗ୍ରାମପଞ୍ଚାୟତ ସ୍ତରରେ ଜୀବିକା ଉପାର୍ଜନ ଏବଂ ନିଯୁକ୍ତି ବୃଦ୍ଧି କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୁଧବାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ବିଭାଗ ମୁଖ୍ୟତଃ ଜଙ୍ଗଲ ଓ ପରିବେଶ, ମୃତ୍ତିକା ସଂରକ୍ଷଣ, ଉଦ୍ୟାନ ଚାଷ, ମତ୍ସ୍ୟ ଓ ପଶୁ ସମ୍ପଦ, କୃଷି ଓ କୃଷକ ସଶକ୍ତୀକରଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଆଦି ବିଭାଗ ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଅଧିକ ପ୍ରକଳ୍ପ କାର୍ଯ୍ୟ କରିବା ପାଇଁ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକଳ୍ପଗୁଡିକ ଅଭିଯାନ ଭିତ୍ତିରେ ଅନୁମୋଦନ ଓ କାର୍ଯ୍ୟାନ୍ବୟନ କରିବା ପାଇଁ ଜିଲାପାଳମାନଙ୍କୁ ଉନ୍ନୟନ କମିଶନର ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଅଧିକ ନିଯୁକ୍ତି ଲାଗି ଫାର୍ମ ପଣ୍ଡ, ନ୍ୟୁଟ୍ରି ଗାଡେନ୍‌, ଜଙ୍ଗଲ ଚାରିପଟରେ ଟ୍ରେଞ୍ଚ, ବୃକ୍ଷରୋପଣ, ଆକଟ ବନ୍ଧ, ଘାସଚାଷ ଆଦି ପ୍ରକଳ୍ପ ଅଧିକ ସଂଖ୍ୟାରେ କରିବାକୁ ବୈଠକରେ ସ୍ଥିର ହୋଇଛି। ଉଭୟ ଗ୍ରୀଷ୍ମ ଏବଂ ବର୍ଷାଋତୁକୁ ଦୃଷ୍ଟିରେ ରଖି ପ୍ରକଳ୍ପ ସ୍ଥିର କରିବାକୁ କୁହାଯାଇଛି। ବର୍ଷାଋତୁ ସମୟରେ ଯେପରି ନିଯୁକ୍ତି ସୃଷ୍ଟି ନ କମିବ ତା’ ଉପରେ ଧ୍ୟାନ ଦେବାକୁ କୁହାଯାଇଛି।
ମୁଖ୍ୟ ଶାସନ ସଚିବ ଆହୁରି କହିଛନ୍ତି ଯେ, ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରୁ ଫେରିଥିବା ଓଡ଼ିଆ ଶ୍ରମିକଙ୍କୁ ନୂଆ ଜବ୍‌କାର୍ଡ ଯୋଗାଇଦେବାକୁ ପଞ୍ଚାୟତିରାଜ ସଚିବ ଦେଓରଞ୍ଜନ କୁମାର ସିଂ କହିଛନ୍ତି। ଚଳିତ ବର୍ଷ ମେ ଶେଷ ବେଳକୁ ଗ୍ରାମାଞ୍ଚଳରେ ଦୈନିକ ୨୦ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ପାଇଁ ବୈଠକରେ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଜିଲାଓ୍ବାରି ସମ୍ପୂର୍ଣ୍ଣ ସ୍ଥିତିର ସମୀକ୍ଷା ପରେ ଜଣାପଡିଛି ଯେ, ବର୍ତ୍ତମାନ ସୁଦ୍ଧା ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଦ୍ୱାରା ଗ୍ରାମାଞ୍ଚଳଗୁଡିକରେ ଦୈନିକ ୧୨ଲକ୍ଷ ନିଯୁକ୍ତି ଦିବସ ସୃଷ୍ଟି କରାଯାଇପାରୁଛି। ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ପ୍ରତ୍ୟେକ ଗ୍ରାମରେ ୨ଟି ଲେଖା ପ୍ରକଳ୍ପ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ଲାଗି ଜିଲାପାଳମାନଙ୍କୁ କୁହାଯାଇଛି। କାମ ହେବା ମାତ୍ରେ ଲୋକଙ୍କୁ ମଜୁରି ପୈଠ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri