ପଞ୍ଚାୟତସ୍ତରରୁ କାର୍ଯ୍ୟକରିବ ନିୟନ୍ତ୍ରଣ କକ୍ଷ

ଢେଙ୍କାନାଳ ଅଫିସ, ୧।୩ – ଚଳିତବର୍ଷ ରେକର୍ଡ ଭାଙ୍ଗିବ ଗ୍ରୀଷ୍ମ ପ୍ରବାହ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପରି ସୂଚନା ଦିଆଯିବା ପରେ ତାତିର ମୁକାବିଲା ଲାଗି ଅଣ୍ଟା ଭିଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ। ଗ୍ରୀଷ୍ମ ପ୍ରବାହର ମୁକାବିଲା ଲାଗି ବ୍ୟାପକ ଯୋଜନା କରାଯାଇଥିବାବେଳେ ପଞ୍ଚାୟତସ୍ତରରୁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକରିବ ବୋଲି ଶନିବାର ଅନୁଷ୍ଠିତ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି।
ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆୟୋଜିତ ଏହି ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ମାର୍ଚ୍ଚ ୧୫ରୁ ଖରା ପ୍ରକୋପ ବଢ଼ିବ। ଏହାର ମୁକାବିଲା ଲାଗି ସମସ୍ତେ ଯତ୍ନବାନ ହେବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏହି ଉପଲକ୍ଷେ ଜିଲା ବିପର୍ଯ୍ୟୟ ପରିଚାଳନା ବାର୍ଷିକ ଯୋଜନା ପୁସ୍ତିକା ଉନ୍ମୋଚିତ ହୋଇଥିଲା। ପ୍ରାକୃତିକ ଦୁର୍ବିପାକର କିପରି ସଫଳ ମୁକାବିଲା କରିହେବ ସେ ସଂକ୍ରାନ୍ତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଉକ୍ତ ପୁସ୍ତିକାରେ ଉଲ୍ଲେଖ ରହିଛି। ଖରାଦିନେ ଜଳକଷ୍ଟରୁ ମୁକୁଳିବାକୁ ପାଣି ସଞ୍ଚୟ ଉପରେ ଗୁରୁତ୍ୱ ଦେବା, ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ପରିମାଣରେ ଓଆରଏସ୍‌ ମହଜୁଦ ରଖିବା, ସରକାରୀ ଚିକିତ୍ସାଳୟ ୨୪ ଘଣ୍ଟା ଖୋଲା ରଖିବା, ଗୃହପାଳିତ ପ୍ରାଣୀଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ନେବା, ଜଙ୍ଗଲକୁ ନିଅଁ।ଦାଉରୁ ରକ୍ଷା କରିବାକୁ ଅଗ୍ନିଶମ ବିଭାଗକୁ ସଜାଗ ରହିବା, ପଞ୍ଚାୟତସ୍ତରରୁ ଜିଲା ଯାଏ ନିୟନ୍ତ୍ରଣ କକ୍ଷ ଖୋଲିବା ଏବଂ ଏହାକୁ ଠିକ୍‌ ଭାବେ କାର୍ଯ୍ୟକ୍ଷମ କରାଇବା, ବସ୍‌ରେ ଆବଶ୍ୟକ ପିଇବା ପାଣି ସହ ବ୍ୟବସ୍ଥା, ଆଶୁ ଚିକିତ୍ସା ବାକ୍ସ ରଖିବା ଆଦି ବିଷୟରେ ଆଲୋଚନା କରାଯାଇଛି। ଏ ସବୁକୁ ନିରୀକ୍ଷଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ କୁହାଯାଇଛି। ଅଧିକ ବିଦ୍ୟୁତ୍‌ କାଟ ନ କରିବା ଲାଗି ସେସୁ କର୍ତ୍ତୃପକ୍ଷ ଏବଂ ଦେବଦେବୀ ପୀଠ ସହିତ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଲାଗି ପାନୀୟଜଳ ବ୍ୟବସ୍ଥା କରିବାକୁ ଦେବୋତ୍ତର ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସାପ କାମୁଡା ରୋଗୀଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି।
ଅତିରିକ୍ତ ଜିଲାପାଳ ଭବେଶ ନାୟକ, ପିଡି ଡିଆରଡିଏ ନରୋତ୍ତମ ବେହେରା, କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ହିନ୍ଦୋଳ ଉପଜିଲାପାଳ ଉଦୟ ମହାପାତ୍ର, ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ପ୍ରୋଗ୍ରାମ ଅଫିସର ନିମାଇଁ ଚରଣ ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri