ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.)
ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି ଧୂପ, ଦୀପ, ନୂଆ ଚାଉଳ ଦେଇ ଧରିତ୍ରୀ ମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ । ପରେ ଅତିଥିମାନଙ୍କୁ ଗୁମୁର ଓ ବିଭିନ୍ନ ବାଦ୍ୟ ବଜାଇ ସଭା ସ୍ଥଳକୁ ପାଛୋଟି ନେଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ତଥା ଲାଞ୍ଜି ଗ୍ରାମର ସମିତି ସଭ୍ୟ ବାଳକୃଷ୍ଣ ଶବର ସଭାପତିତ୍ୱ କରିଥିବା ବେଳେ କୋମନା ବ୍ଲକ ଅଧ୍ୟକ୍ଷ ମନୋଜ ମିଶ୍ର ମୁଖ୍ୟଅତିଥି, ମୁଖ୍ୟବକ୍ତା ଶିକ୍ଷାବିତ ତଥା ଡ. ମେଜର ରାମଚନ୍ଦ୍ର ମିଶ୍ର, ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାଣ୍ଡେ, ସରପଞ୍ଚ ନନ୍ଦଲାଲ ପାଣ୍ଡେ, ବିଧଉର ଶବର, ଦହିମଟ ଭୋଇ, ଅନୁପ ସିଂଦେଓ, ଅବନୀ ସିଂହନିନା, କକିତା ବିଶିଙ୍କ ସମେତ ୨୨ ଜଣ ସରପଞ୍ଚ, ସମିତି ସଭ୍ୟାସଭ୍ୟ ଯୋଗଦେଇଥିଲେ। ଏହି ନୂଆଁଖାଇ ଭେଟଘାଟ ଉତ୍ସବରେ ଅଧ୍ୟକ୍ଷ, ସରପଞ୍ଚ, ସମିତିସଭ୍ୟାସଭ୍ୟ ଏକତାର ସହ ମନମାଲିନ୍ୟ ଭୁଲି ଖଡିଆଳ ପଞ୍ଚାୟତ ସମିତି ଓ ପଞ୍ଚାୟତ ବିକାଶ ତଥା ଜନସାଧାରଣଙ୍କ ସେବକ ରୂପେ କାର୍ଯ୍ୟ କରିବାକୁ ମତ ପ୍ରକାଶ କରିଥିଲେ । ନୂଆଁଖାଇ ଭେଟଘାଟରେ ବ୍ଲକ ଅଧ୍ୟକ୍ଷ ବାଳକୃଷ୍ଣ ଶବର ପରିଚାଳନା କରିଥିବା ବେଳେ ନାଏବ ସରପଞ୍ଚ ରମ୍ଭା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri