ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟ୍‌ର ଶିକାର ହୋଇଛନ୍ତି ସିମନବାଡ଼ି ଓ ବୁଡ଼ାଗୁଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଶ୍ରୀପତି ମଲ୍ଲିକ।
ପ୍ରକାଶ ଯେ, ଶ୍ରୀପତି ଦାରିଙ୍ଗବାଡ଼ି ଷ୍ଟେଟବ୍ୟାଙ୍କରୁ ୨ ଲକ୍ଷ ଟଙ୍କା ଉଠାଇ ନିଜ ସ୍କୁଟି ଡିକିରେ ରଖିଥିଲେ। ଟଙ୍କା ଉଠାଇବା ପରେ କିଛି ଦୂରରେ ସ୍କୁଟିକୁ ରଖି ଡିକି ଖୋଲିବା ସମୟରେ ଟଙ୍କା ଓ ବିଭିନ୍ନ ରେକର୍ଡପତ୍ର ଥିବା ବ୍ୟାଗଟିକୁ ହଠାତ୍‌ ଏକ ପଲସର୍‌ ବାଇକରେ ୨ ଦୁର୍ବୃତ୍ତ ଆସି ଝାମ୍ଫି ନେଇଥିଲେ। ଏ ନେଇ ସେ ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ କରିବା ପରେ ଆଇଆଇସି କୌଶିକ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସବ୍‌ଇନ୍ସପେକ୍ଟର ଗୋପାଳ କୃଷ୍ଣ ଆଗୁପାତ୍ର ଘଟଣାର ତଦନ୍ତ କରିବା ସହ ଅପରାଧୀଙ୍କୁ ଧରିବାକୁ ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri