ପଞ୍ଚାୟତ ନୂତନ କୋଠା ଉଦ୍‌ଘାଟନ କଲେ ବିଧାୟକ

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମଧ୍ୟସ୍ଥ ଲୁହାଗୁଡି ପଞ୍ଚାୟତର ନୂତନ କୋଠାକୁ ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବଂଶୀଧର ଖୋସଲା, ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ, ସରପଞ୍ଚ ଲକ୍ଷ୍ମୀ ଶବର, ସମିତିସଭ୍ୟ ଉମାକାନ୍ତ ଦଲେଇ, ପୂର୍ବତନ ସରପଞ୍ଚ ଶଙ୍କର ପ୍ରଧାନୀ, ନାଏବ ସରପଞ୍ଚ ଷଣ୍ଢ ଶବର, ପଞ୍ଚାୟତ ନିର୍ବାହୀ ଅଧିକାରୀ ମଧୁ ପାଲାକି, କନିଷ୍ଠ ଯନ୍ତ୍ରୀ ଦମୟନ୍ତୀ ମୁର୍ମୁ, ଯୋଗାଣ ସହାୟକ ସୁବ୍ରତ କୁମାର ପ୍ରଧାନ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୦୪ ଜଣଙ୍କୁ ବାସଗୃହ ଯୋଗାଇ ଦିଆଯାଇଥିଲା। ସେଥିରୁ ୪୭ ଜଣ ବାସଗୃହ ନିର୍ମାଣ କରି ବସବାସ କରୁଥିବାରୁ ସେମାନଙ୍କୁ ମାନ୍ୟବର ବିଧାୟକ କମ୍ବଳ ପ୍ରଦାନ କରିଥିଲେ। ଯେଉଁମାନେ ଶୀଘ୍ର କାମ ସାରିବେ ସେମାନଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ କହିଥିଲେ। ଏଥିରେ ଗ୍ରାମବାସୀ ସହଯୋଗ ଓ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri