ପଞ୍ଚାୟତ ସମ୍ମୁଖରୁ ଜବରଦଖଲ ହଟିଲା

ବେଗୁନିଆପଡ଼ା,୧ା୯(ଡି.ଏନ.ଏ.)-ଦୀର୍ଘଦିନ ପରେ ଅଙ୍ଗାରଗାଁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ଶନିବାର ଜବରଦଖଲ ହଟିଛି। ପୋଲିସ ଓ ପ୍ରଶାସନ ସହାୟତାରେ ଏହା ହଟାଯାଇଛି। ସୁମଣ୍ଡଳଠାରୁ ଶାଳିଆ ଡ୍ୟାମ ପର୍ଯ୍ୟନ୍ତ ୧୦ କୋଟି ୯୨ ଲକ୍ଷ ଟଙ୍କା ଅନୁଦାନରେ ୨୦୧୬ରୁ ପୂର୍ତ୍ତ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣବେଳେ ଅଙ୍ଗାରଗଁାବଜାରଠାରେ ଜବରଦଖଲ ଉଚ୍ଛେଦବେଳେ ଅସନ୍ତୋଷ ଦେଖା ଦେଇଥିଲା। ପଞ୍ଚାୟତ କାର୍ଯ୍ୟାଳୟ ମୁଖ୍ୟ ଫାଟକକୁ ଲାଗି ଜନୈକ ବ୍ୟକ୍ତି ଦୋକାନ ଘର ଭାଙ୍ଗିବାକୁ ମନା କରିବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ପରେ ସେ ହାଇକୋର୍ଟରୁ ସ୍ଥଗିତାଦେଶ ଆଣିଥିଲେ। ସ୍ଥାନୀୟ ସରପଞ୍ଚ ହାଇକୋର୍ଟରେ ଏହା ଜବରଦଖଲ ଦର୍ଶାଇ ପ୍ରମାଣ ଦେବାପରେ କୋଦଳା ତହସିଲଦାରଙ୍କୁ ଉଚ୍ଛେଦ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଇତି ମଧ୍ୟରେ ଜବରଦଖଲ ଉଚ୍ଛେଦ ନ ହେବାରୁ ଅଙ୍ଗାରଗାଁରେ ରାସ୍ତା କାମ ଓ ଜଳ ଯୋଗାଣ ଦୀର୍ଘ ୨ ବର୍ଷ ହେବ ବନ୍ଦ ରହିଥିଲା। ଏହାର ସମାଧାନ ପାଇଁ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଅଙ୍ଗାରଗାଁଠାରେ ଜନ ପ୍ରତିନିଧି ଓ ଲୋକମାନଙ୍କୁ ଡାକି ସମାଧାନ ପାଇଁ ପଦକ୍ଷେପ ନେବାସହ ପ୍ରଶାସନ ସହ ଆଲୋଚନା କରିଥିଲେ। ଶନିବାର ପୋଲିସ ଓ ପ୍ରଶାସନ ପକ୍ଷରୁ ଅଙ୍ଗାରଗଁାଠାରେ ପଞ୍ଚାୟତ ସମ୍ମୁଖରେ ଥିବା ଜବରଦଖଲ ଘରକୁ ଉଚ୍ଛେଦ କରାଯାଇଥିଲା। ଉଚ୍ଛେଦବେଳେ କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା, ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, କୋଦଳା ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ, ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରାଙ୍କ ସମେତ ପୋଲିସ ଫୋର୍ସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri