Posted inଖେଳ

ପଞ୍ଜାବରେ କବାଡ଼ି ବିଶ୍ୱକପ୍‌

ଚଣ୍ଡିଗଡ଼, ୧୩।୧୧ (ପି.ଟି.):୨୦୧୯ କବାଡ଼ି ବିଶ୍ୱକପ୍‌ ପଞ୍ଜାବରେ ଅନୁଷ୍ଠିତ ହେବ। ଡିସେମ୍ବର ୧ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଆୟୋଜିତ ହେବ। ସେହିଭଳି ଶିଖ୍‌ ଗୁରୁ ‘ଗୁରୁ ନାନକ ଦେବ ଜୀ’ଙ୍କ ୫୫୦ତମ ଜନ୍ମବାର୍ଷିକ ଏହି ବର୍ଷ ପାଳନ କରାଯାଉଥିବାରୁ ବିଶ୍ୱକପ୍‌କୁ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ବୋଲି ପଞ୍ଜାବ କ୍ରୀଡ଼ାମନ୍ତ୍ରୀ ରାଣା ଗୁର୍‌ମିତ୍‌ ସିଂ ସୋଧୀ ବୁଧବାର କହିଛନ୍ତି। ଏହି ବିଶ୍ୱକପ୍‌ରେ ଆୟୋଜକ ଭାରତ ସମେତ ଆମେରିକା, ଅଷ୍ଟ୍ରେଲିଆ, ଇଂଲଣ୍ଡ, ଶ୍ରୀଲଙ୍କା, କେନିଆ, ନ୍ୟୁଜିଲାଣ୍ଡ, ପାକିସ୍ତାନ ଓ କାନାଡା ଅଂଶଗ୍ରହଣ କରିବେ। ‘କେବଳ ପାକିସ୍ତାନ ଓ କାନାଡାକୁ ଛାଡ଼ି ବାକି ସମସ୍ତ ଦେଶକୁ ଭାରତ ସରକାରଙ୍କ ପକ୍ଷରୁ ଭିଜା ପ୍ରଦାନ କରାଯାଇସାରିଛି। ଏହି ଦୁଇଟି ଦେଶକୁ ଅପେକ୍ଷା କରିବାକୁ ପଡ଼ିବ’ ବୋଲି ସୋଧୀ ଏହି ଅବସରରେ ପ୍ରକାଶ କରିଛନ୍ତି। ଡିସେମ୍ବର ୧ରେ ସୁଲତାନପୁର ଲୋଧୀସ୍ଥିତ ଗୁରୁ ନାନକ ଷ୍ଟାଡିୟମରେ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ସେହିଦିନ ୪ଟି ମ୍ୟାଚ୍‌ ମଧ୍ୟ ସେଠାରେ ଖେଳାଯିବାର କାର୍ଯ୍ୟସୂଚୀ ରହିଛି। ସେହିଭଳି ଗୁରୁଦାସପୁର ଜିଲା ଡେରା ବାବା ନାନକ ସହରଠାରେ ଥିବା ଶହୀଦ ଭଗତ୍‌ ସିଂ ସ୍ପୋଟର୍‌ସ ଷ୍ଟାଡିୟମରେ ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହେବ। ଏହାବାଦ ଭତିଣ୍ଡାସ୍ଥିତ ସ୍ପୋଟର୍‌ସ ଷ୍ଟାଡିୟମ ଓ ପଟିଆଲାସ୍ଥିତ ଓ୍ବାଇପିଏସ୍‌ ସ୍ପୋଟର୍‌ସ ଷ୍ଟାଡିୟମରେ ମଧ୍ୟ କିଛି ମ୍ୟାଚ୍‌ ଖେଳାଯିବ। ଶ୍ରୀ ଆନନ୍ଦପୁର ସାହିବସ୍ଥିତ ଚରଣଗଙ୍ଗା ସ୍ପୋଟର୍‌ସ ଷ୍ଟାଡିୟମରେ ସେମିଫାଇନାଲ ମ୍ୟାଚ୍‌ ଦୁଇଟିଯାକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri