ପଟିଆ, ଖଣ୍ଡଗିରି, ନୟାପଲ୍ଲୀ ହଟ୍‌ସ୍ପଟ୍‌

ଭୁବନେଶ୍ୱର, ୨୮।୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହଁା ହେବାରେ ଲାଗିଛି। ରାଜ୍ୟରେ ଖୋର୍ଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ରାଜଧାନୀ ଭୁବନେଶ୍ୱର ବେକାବୁ ହେବାକୁ ବସିଲାଣି। ଗତ ୨୪ଘଣ୍ଟାରେ ଖୋର୍ଦ୍ଧା ଜିଲାରେ ୧୦୯୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୭୭୩ଜଣ ସଂକ୍ରମିତ ରହିଛନ୍ତି। ୧୪୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବାବେଳେ ୬୩୨ଜଣ ଲୋକାଲ କେସ୍‌। ତେବେ ଗତ କିଛିଦିନ ହେବ ହଟ୍‌ସ୍ପଟ୍‌ ପାଲଟିଥିବା ପଟିଆରୁ ମଙ୍ଗଳବାର ମଧ୍ୟ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଉକ୍ତ ଅଞ୍ଚଳରୁ ୫୯ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ନୟାପଲ୍ଲୀରୁ ୪୨, ଖଣ୍ଡଗିରିରୁ ୪୧, ଚନ୍ଦ୍ରଶେଖରପୁରରୁ ୩୨, ବରମୁଣ୍ଡାରୁ ୧୮, ବଡଗଡରୁ ୧୩, ଲକ୍ଷ୍ମୀସାଗରରୁ ୧୬, ଜୟଦେବ ବିହାରରୁ ୧୬, ଡୁମୁଡୁମାରୁ ୧୧, ଜାଗମରାରୁ ୧୧, ବିଜେବି ନଗରରୁ ୯, ୟୁନିଟ-୯ରୁ ୨୧, ସୁନ୍ଦରପଦାରୁ ୧୮, ୟୁନିଟ-୬ରୁ ୨୦, ପୁରୁଣା ଭୁବନେଶ୍ୱରରୁ ୨୨, ପୋଖରୀପୁଟରୁ ୧୨, ଶାସ୍ତ୍ରୀ ନଗରରୁ ୧୧, ନିଳାଦ୍ରୀ ବିହାରରୁ ୭, ପଳାଶୁଣୀରୁ ୧୦, ଟଙ୍କପାଣି ରୋଡ୍‌ରୁ ୧୪, ଶହୀଦ ନଗରରୁ ୧୦, ରସୁଲଗଡରୁ ୭, ପାତ୍ରପଡାରୁ ୮, ଭିଏସ୍‌ଏସ୍‌ ନଗରରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ଘଣ୍ଟାରେ ୩୪୩ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧ହଜାର ୪୦୧ ଥିବାବେଳେ ୩୫ହଜାର ୨୨୭ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫ହଜାର ୮୯୬ଜଣ ସକ୍ରିୟଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri