ପଣ୍ଡରାପଥର ଗାଁରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ: ଗାଁ ସଫେଇ ପାଇଁ ମହିଳା ପାଦ କାଢିଲେ

ନୂଆପଡା ଅଫିସ,୧।୮: ବର୍ତ୍ତମାନ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସଫା ସୁତୁରା କରିବାକୁ ନେଇ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଚାଲିଛି । ଏଥିରେ ଗାଁର ମହିଳାମାନେ ମଧ୍ୟ ଚାରିକାନ୍ଥ ଭିତରୁ ବାହାରି ମୁଣ୍ଡରୁ ପରଦା କାଢି ଗାଁ ସଫେଇ କାମ ପାଇଁ ଅଣ୍ଟା ଭିଡିଛନ୍ତି । ନୂଆପଡ଼ା ଜିଲା କୋମନା ବ୍ଲକ ବୁଦ୍ଧିକୋମନା ଗ୍ରାମପଞ୍ଚାୟତ ପଣ୍ଡରାପଥର ଗାଁରେ ସ୍ଥାନୀୟ ସ୍ବେଚ୍ଛାସେବୀ ସଙ୍ଗଠନ ମଦର ଟେରେସା ସର୍ଭିସିଂ ସେଣ୍ଟର ଏବଂ ନେହେରୁ ଯୁବ କେନ୍ଦ୍ର ନେତୃତ୍ୱରେ ମହିଳାମାନେ ଘରୁ ବାହାରି ଅଭିଯାନରେ ସାମିଲ ରହିଥିବା ସମସ୍ତଙ୍କୁ ପ୍ରେରଣାର ଉତ୍ସ ହୋଇଛନ୍ତି। ଗାଁରେ ସଚେତନତା ରାଲି କରିଥିବା ବେଳେ ଗାଁର ସମସ୍ତ ଆବର୍ଜନା ସ୍ଥଳକୁ ସଫେଇ କରିଥିବା ଦେଖାଯାଇଛି ।
ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଗାଁର ମହିଳାମାନେ ଗାଁସାରା ବୁଲି ଘର ଅଗଣା ସଫା ସୁତୁରା ରଖିବାକୁ ବିଭିନ୍ନ ସ୍ଲୋଗାନମାନ ଦେଇ ସଚେତନତା କରିଥିଲେ। ଏଥିରେ ବିଭିନ୍ନ ଅନୁଷ୍ଠାନର ଶିଶୁ, ପୁରୁଷ କର୍ମୀମାନେ ମଧ୍ୟ ସାମିଲ ଥିଲେ। ଏହି ଗାଁ ସମେତ ଆଖପାଖ ଗାଁରେ ମଧ୍ୟ ସଚେତନତାର ବାର୍ତ୍ତା ଦେଇଛନ୍ତି। ଆଗାମୀ ଦିନରେ ଏହାକୁ ଜିଲାବ୍ୟାପି କରାଯିବ ବୋଲି ସଙ୍ଗଠନ ସମ୍ପାଦକ ପ୍ରଧାନୀ କହିଛନ୍ତି । ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ରରେ ସଚେତନତା ସଭା ହୋଇଥିଲା। ଏଥିରେ ସଙ୍ଗଠନ ସମ୍ପାଦକ ଶେଷଦେବ ପ୍ରଧାନୀ ସଭାପତିତ୍ୱ କରିଥିବାବେଳେ ଗାଁର ଭଦ୍ରବ୍ୟକ୍ତିମାନେ ଯୋଗଦେଇଥିଲେ। ଗାଁକୁ ସଫା ରଖିବା ଦ୍ୱାରା କ’ଣ ସବୁ ସୁଫଳ ମିଳିଥାଏ ସେ ସମ୍ପର୍କରେ ଅତିଥିମାନେ ବୁଝାଇଥିଲେ। ଏହି ଅବସରରେ ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ର, ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା । ଏଥିରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା । ଗ୍ରାମାଞ୍ଚଳର କୁନି ଛାତ୍ରୀଛାତ୍ରମାନେ ଏ କ୍ଷେତ୍ରରେ ଉଲ୍ଲେଖନୀୟ କୃତୀତ୍ୱ ପ୍ରଦର୍ଶନ କରିଥିବାରୁ ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି । କାର୍ଯ୍ୟକ୍ରମ ପରିଚାଳନାରେ ସଙ୍ଗଠନ ସମେତ ନେହେରୁ ଯୁବ କେନ୍ଦ୍ରର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଫକୀର ରାଉତ, କନ୍ଦର୍ପ ଜଗତ, ଚନ୍ଦ୍ରୀଣୀ ନାଏକ, ପଙ୍କଜ ରାଉତ, ଥବିର ଶବର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri