ପଣ୍ଡିଗାଁରେ ମଦ ବିରୋଧରେ ତାତିଲେ ମହିଳା: ଜିଲାପାଳଙ୍କୁ ଅଭିଯୋଗ

ଭବାନୀପାଟଣା,୧୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗାଁ ପଞ୍ଚାୟତ ମଦମୁକ୍ତି ଲାଗି ଦାବି ହୋଇଛି। ଏ ନେଇ ସରପଞ୍ଚ ବନଜା ବାସିନୀ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକ ଶୋଭାଯାତ୍ରାରେ ଯାଇ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ସମ୍ମୁଖରେ ସ୍ଲୋଗାନ ଦେବା ସହ ଧାରଣାରେ ବସିଥିଲେ। ସରପଞ୍ଚଙ୍କ ସମେତ କେତେକ ମହିଳା ଜିଲାପାଳ ଗାଭାଲି ପରାଗ ହର୍ଷଦଙ୍କୁ ଭେଟି ପଞ୍ଚାୟତକୁ ମଦମୁକ୍ତ କରିବାକୁ ଦାବି ଜଣାଇଥିଲେ। ଦେଶୀମଦ ଶାଖା ଦୋକାନ ଲାଇସେନ୍ସକୁ ନବୀକରଣ ପାଇଁ ବିଜ୍ଞାପନ ଦିଆଯାଇଛି । ଏହି ବିଜ୍ଞାପନକୁ ପଞ୍ଚାୟତବାସୀ ବିରୋଧ କରିବା ସହ ମଦ ଦୋକାନ ଉଠାଇବାକୁ ଦାବି କରିଥିଲେ। ଏ ନେଇ ଜିଲାପାଳ ଅବକାରୀ ବିଭାଗୀୟ ଅଧିକାରୀ ଉମାଶଙ୍କର ପ୍ରଧାନଙ୍କୁ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ । ମାତ୍ର ଅପରାହ୍ନ ୫ଟା ସୁଦ୍ଧା କୌଣସି ଅଧିକାରୀ ଗାଁରେ ନ ପହଞ୍ଚିବାରୁ ଉତ୍ତ୍ୟକ୍ତ ମହିଳା ମଦ ଦୋକାନରୁ ମଦ ଜବତ କରିବା ସହ ପୋଲିସକୁ ଖବର ଦେଇଥିଲେ । ପରେ କଲମପୁର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ, ଅବକାରୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମଦ ବ୍ୟବସାୟୀଙ୍କ ସହ ଆଲୋଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri