ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ବିନାୟକଙ୍କ କାଳଜୟୀ ସୃଷ୍ଟି ଓଡ଼ିଆ ସାହିତ୍ୟର ଅମୂଲ୍ୟ ରତ୍ନ

ନୟାଗଡ଼ ଅଫିସ,୩ା୯- ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ତଥାସ୍ତୁର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସାରସ୍ବତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ସୋମବାର ନୟାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍‌ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଖବରଦାତା ପ୍ରଦୀପ୍ତ କୁମାର ପଟ୍ଟନାୟକ, ଖଡ଼ଗପୁର କଲେଜର ସହକାରୀ ଅଧ୍ୟାପକ ଡ. ଜଗମୋହନ ଆଚାର୍ଯ୍ୟ, ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ନାୟକ ଏବଂ ସାହିତ୍ୟ ଏକାଡେମୀର ସଦସ୍ୟ ନିର୍ମଳ ଚନ୍ଦ୍ର ଶୁରଦେଓ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଅତିଥିମାନେ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନୀ ଓ ସାହିତ୍ୟ କୃତି ଉପରେ ଆଲୋକପାତ କରିଥିଲେ। ୧୮୯୪ ମସିହା ଗଣେଶ ଚତୁର୍ଥୀରେ ଜିଲାର ଶରଣକୁଳ ଗ୍ରାମର ମାଳିସାହିଠାରେ ପଣ୍ଡିତ ବିନାୟକ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ବିନାୟକ ମିଶ୍ର ଜଣେ ପ୍ରତିଭାବାନ ବ୍ୟକ୍ତିତ୍ୱ ଭାବେ ପରିଚୟ ସୃଷ୍ଟି କରିପାରିଥିଲେ । ଓଡ଼ିଆ ସାହିତ୍ୟରେ ଅନନ୍ୟ ସାରସ୍ବତ ସ୍ରଷ୍ଟା ବିନାୟକଙ୍କ କାଳଜୟୀ ସୃଷ୍ଟି ଏବଂ ସାହିତ୍ୟ, ଇତିହାସ, ସଂସ୍କୃତ ଦିଗରେ ତାଙ୍କ ରଚିତ ଗବେଷଣାତ୍ମକ ପୁସ୍ତକ ଓଡ଼ିଆ ସାହିତ୍ୟରେ ଗୋଟିଏ ଗୋଟିଏ ଅମୂଲ୍ୟ ରତ୍ନ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ କରାଯାଇଥିବା ବକ୍ତୃତାମାଳା ଏବଂ କବିତା ଆବୃତ୍ତି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସେହିଭଳି ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ବିଶେଷ ଅବଦାନ ଥିବା ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ଜିଲାସ୍ତରୀୟ କବିତା ଆସରରେ କବି ଓ କବିୟିତ୍ରୀମାନେ ସ୍ବରଚିତ କବିତା ପାଠ କରିଥିଲେ। ତଥାସ୍ତୁର ସମ୍ପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପ୍ରଫୁଲ୍ଲ ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri