ପତଞ୍ଜଳି ଲଞ୍ଚ କଲା କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ କରୋନିଲ‌: ୭ଦିନରେ ସମ୍ପୂର୍ଣ୍ଣ ସୁସ୍ଥ

ହରିଦ୍ୱାର,୨୩।୬: ସାରା ବିଶ୍ୱରେ କରୋନା ମହାମାରୀ ବେଲଗାମ ହୋଇପଡ଼ିଛି। ସାରା ଦେଶର ବିଶେଷଜ୍ଞ ଏହାର ମୁକାବିଲା ପାଇଁ ଭ୍ୟାକସିନ୍‌ ଖୋଜିବାରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ଯୋଗ ଗୁରୁ ରାମଦେବ ବାବାଙ୍କ କମ୍ପାନୀ ପ୍ରଥମ ଥର କରୋନା ପାଇଁ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ କରିଛି ବୋଲି ଘୋଷଣା କରିଛି। ଯାହାର ନାମ କରୋନିଲ୍‌ ରଖାଯାଇଛି। ମଙ୍ଗଳବାର ହରିଦ୍ୱାରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବାବା ରାମଦେବ କରୋନିଲ୍‌ ଔଷଧକୁ ଲଞ୍ଚ କରିଛନ୍ତି। ଏହି ଅବସରରେ ଆଚାର୍ଯ୍ୟ ବାଲ କୃଷ୍ଣ, ସମସ୍ତ ଡାକ୍ତର ଓ ବୈଜ୍ଞାନିକ ମଧ୍ୟ ଉପସ୍ଥିତ ରହିଥିଲେ। ଉକ୍ତ ଖବରଦାତା ସମ୍ମିଳନୀରେ ବାବା ରାମଦେବ ଏହି ଔଷଧ ବିଷୟରେ ସୂଚନା ଦେବାକୁ ଯାଇ କହିଛନ୍ତି, କରୋନାକୁ ହରାଇବା ପାଇଁ ଏହା ସମ୍ପୂର୍ଣ୍ଣ ସକ୍ଷମ ଅଟେ। କାରଣ ଏହାକୁ ଦୁଇଥର ଟ୍ରାୟଲ୍‌ କରାଯାଇଛି। ପ୍ରଥମ ଥର କ୍ଲିନିକାଲ କଣ୍ଟ୍ରୋଲ ଷ୍ଟଡି ଓ ଦ୍ୱିତୀୟ କ୍ଲିନିକାଲ କଣ୍ଟ୍ରୋଲ ଟ୍ରାୟଲ୍‌ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀରୁ ଆରମ୍ଭ କରି କେତେକ ସହରରେ ଏହି କ୍ଲିନିକାଲ କଣ୍ଟ୍ରୋଲ ଷ୍ଟଡି କରାଯାଇଥିଲା। ଏଥିରେ ୨୮୦ ରୋଗୀଙ୍କୁ ସାମିଲ କରାଯାଇଥିବା ବେଳେ ଶହେ ପ୍ରତିଶତ ରୋଗୀ ସୁସ୍ଥ ହୋଇଥିଲେ ଓ ଜଣଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୧୦୦ଜଣ ଲୋକଙ୍କୁ ନେଇ କ୍ଲିନିକାଲ କଣ୍ଟ୍ରୋଲ ଟ୍ରାୟଲ୍‌ କରାଯାଇଥିଲା। ଏହି ପରୀକ୍ଷଣରେ ୩ଦିନ ଭିତରେ ୬୯ପ୍ରତିଶତ ରୋଗୀ ସୁସ୍ଥ ହୋଇଥିଲେ ଅର୍ଥାତ୍‌ ପଜିଟିଭ୍‌ରୁ ନେଗେଟିଭ୍‌ ହୋଇଥିଲେ। ଯାହା ଇତିହାସରେ ସବୁଠାରୁ ବଡ଼ ଘଟଣା। ସେହିଭଳି ୭ଦିନ ମଧ୍ୟରେ ୧୦୦ ପ୍ରତିଶତ ରୋଗୀ ସୁସ୍ଥ ହୋଇଥିବା ବେଳେ ଶୂନ ପ୍ରତିଶତ ମୃତ୍ୟୁହାର ରହିଥିଲା ବୋଲି ରାମଦେବ ବାବା କହିଛନ୍ତି। ଏହି ଔଷଧକୁ ବୈଜ୍ଞାନିକଙ୍କ ସମସ୍ତ ନିୟମକୁ ପାଳନ କରି କରାଯାଇଥିବା ବେଳେ ଏଥିରେ ମୁଲେଠି, କାଢ଼ା, ଗିଲେୟ, ଅଶ୍ୱଗନ୍ଧା, ତୁଳସୀ ଭଳି ଆଦି ଜଡ଼ିବୁଡ଼ିର ବ୍ୟବହାର କରାଯାଇଛି। ଆୟୁର୍ବେଦରୁ ତିଆରି ହୋଇଥିବା ଏହି ଔଷଧ ଆଗାମୀ ୭ଦିନ ଭିତରେ ପତଞ୍ଜଳି ଦୋକାନରେ ଉପଲବ୍ଧ ହେବ ବୋଲି ରାମଦେବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri