ପଥରରେ ଛେଚି ଯୁବକଙ୍କୁ ହତ୍ୟା କରିବା ଘଟଣା: ୩ ଅଭିଯୁକ୍ତ ଗିରଫ

ସୁନ୍ଦରଗଡ଼,୩୧।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କାଲୋସିହିରିଆ ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଗତ ଏପ୍ରିଲ ୧୪ତାରିଖରେ ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା। ଏହି ଘଟଣାରେ ବୁଧବାର ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଆବ୍ରାହମ ଲୁଗୁନ୍‌(୨୩), ବିମଲ କାନ୍‌ଡ଼ୁଲାନାଓ, ପେଲେସ ଫରକା ନଡ଼ୁଲାନା।

ଜିଲା ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ମୃତ ଆଲେସିଅସ୍‌ ଲୁଗୁନ(୪୦) ମଦ ପିଇବା ଲାଗି ଘରୁ ପୂର୍ବାହ୍ନରେ ବାହାରିଯାଇଥିଲେ। ହେଲେ ସେବେଠାରୁ ସେ ଘରକୁ ନ ଫେରିବାରୁ ସ୍ତ୍ରୀ ଆଞ୍ଜେଲା ଘଟଣା ପରଦିନ କୁଆଁରମୁଣ୍ଡା ଫାଣ୍ଡିରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଉକ୍ତ ଜଙ୍ଗଲରୁ ଲୁଗୁନ୍‌ଙ୍କ ମୃତଦେହ ଉଦ୍ଧାର କରିଥିଲା। ପରେ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା। ଏହାର ତିନି ମାସ ପରେ ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

୫ ମାସ ହେଲା ଅନ୍ତେବାସୀଙ୍କୁ ମିଳିନି ପ୍ରି-ମାଟ୍ରିକ୍ ସ୍କଲାରସିପ୍, ହଷ୍ଟେଲ ଚଳାଇବା ପାଇଁ ପରିଚାଳକ ବାର ଦୁଆର ଶୁଣ୍ଢି ପିଣ୍ଡା

କୁଆଁରମୁଣ୍ଡା,୧୯।୮(ମହେନ୍ଦ୍ର କୁମାର ସାହୁ): ଗଣଶିକ୍ଷା ବିଭାଗ ଅଧୀନ ରେଗୁଲାର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ର ଗତ ଜୁଲାଇ ମାସରେ ୪ ମାସର ପିଏମଏସ( Pre Matric Scholarship) ମିଳିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri