ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ବଡ଼ପାଖଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ବହଳଦା ଥାନା ଗୁହାଳଡ଼ାଙ୍ଗିରି ଗ୍ରାମର ତରଣୀସେନ ଧୀର। ମୃତ ଚନ୍ଦ୍ରମୋହନ ମହାନ୍ତଙ୍କ ପୁଅ ଉମେଶଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା (ନଂ.୮୬/୨୦୨୦) ରୁଜୁ କରି ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଚଳାଇଛି। ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ମୃତ ଚନ୍ଦ୍ରମୋହନଙ୍କ ସ୍ତ୍ରୀଙ୍କ ଉପରେ ତରଣୀସେନଙ୍କ ପୂର୍ବରୁ ଖରାପ ନଜର ରହିଥିଲା। ଚନ୍ଦ୍ରମୋହନ ଏ ସମ୍ପର୍କରେ ଜାଣିବା ପରେ ତରଣୀସେନଙ୍କ ଘରକୁ ପଚାରିବା ପାଇଁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଅଭିଯୁକ୍ତ ଯୁବକ ତାଙ୍କ ପିଛା କରି ଆସିଥିଲେ। ବଡ଼ପାଖଣା ଗ୍ରାମ ରାସ୍ତାପାର୍ଶ୍ୱ ଏକ ଘଞ୍ଚ ବୁଦା ନିକଟରେ ଏକୁଟିଆ ପାଇ ଚନ୍ଦ୍ରମୋହନଙ୍କ ମୁଣ୍ଡକୁ ଏକ ପଥରରେ ଛେଚି ହତ୍ୟା କରିବା ପରେ ତରଣୀସେନ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଅଭିଯୁକ୍ତ ତରଣୀସେନଙ୍କୁ ତାଙ୍କ ଘରୁ ଗିରଫ କରିଥିଲା। ପୋଲିସ ନିକଟରେ ଅଭିଯୁକ୍ତ ନିଜ ଦୋଷ ସ୍ବୀକାର କରିଥିବା ରାଇରଙ୍ଗପୁର ଏସ୍‌ଡିପିଓ ସ୍ନେହାଶିଷ ସାହୁ ଏବଂ ଥାନା ଅଧିକାରିଣୀ ରେଣୁବାଳା ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri