‘ପଥ ବିକ୍ରେତାଙ୍କୁ ଦିଆଯାଉ ସହାୟତା’

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଷ୍ଟେଶନ ଛକଠାରେ ନ୍ୟାଶନାଲ ହକର ଫେଡ଼େରେଶନ ସଂଯୁକ୍ତ ଓଡ଼ିଶା ପଥ ବିକ୍ରେତା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ପଥ ବିକ୍ରେତା ଦିବସ ପାଳିତ ହୋଇଛି। ସଂଘର ରାଜ୍ୟ ସଭାପତି ତଥା ଫେଡ଼େରେଶନର ଅତିରିକ୍ତ ସାଧାରଣ ସମ୍ପାଦକ ଜୟନ୍ତ ଦାସ ଅଧ୍ୟକ୍ଷତା କରି ସମସ୍ତ ଆବଶ୍ୟକ ସାମଗ୍ରୀ ସ୍ବଳ୍ପ ମୂଲ୍ୟରେ ଯୋଗାଇ ସେବା କରିଆସୁଛନ୍ତି। ‘ପଥ ବିକ୍ରେତା ଜୀବିକା ସୁରକ୍ଷା ଓ ପଥବିକ୍ରୟ ବିନିୟମ ଆଇନ-୨୦୧୪’ ପ୍ରଣୟନ କରିଥିବା ବେଳେ ଓଡ଼ିଶା ସରକାର ପଥବିକ୍ରେତାଙ୍କୁ ବିଭିନ୍ନ ସୁବିଧାରୁ ବଞ୍ଚତ୍ତ କରିଥିବାରୁ ଉଦ୍‌ବେଗ ପ୍ରକାଶ କରିଥିଲେ। ଦେଶବ୍ୟାପୀ ଲକ୍‌ଡାଉନ୍‌ ପଥ ବିକ୍ରେତାଙ୍କ ଅର୍ଥନୈତିକ ମେରୁଦଣ୍ଡ ଭାଙ୍ଗି ଦେଇଥିବା ବେଳେ ଲକ୍‌ଡାଉନ୍‌ ଆରମ୍ଭଠାରୁ ଲକ୍‌ଡାଉନ୍‌ ଚାଲିଥିବା ପର୍ଯ୍ୟନ୍ତ ମାସିକ ୭୫୦୦ ଟଙ୍କା ହାରରେ ରିଲିଫ ସହାୟତା ପ୍ରଦାନ ସହ କରୋନା ନିୟନ୍ତ୍ରଣ ବ୍ୟବସ୍ଥା ପୂର୍ବକ ଲକ୍‌ଡାଉନ୍‌ ପ୍ରତ୍ୟାହାର ଦାବି କରିଥିଲେ। କାର୍ଯ୍ୟକ୍ରମରେ ସଂଘର ବାଲେଶ୍ୱର ପୌରାଞ୍ଚଳ କମିଟି ସମ୍ପାଦକ ମୋହିନୀମୋହନ ପରିଡ଼ା, ଉପସଭାପତି ଆବିଦ ଖାନ ରାଜ୍ୟ ସରକାର ଘୋଷଣା କରିଥିବା ପଥ ବିକ୍ରେତାଙ୍କ ପାଇଁ ରିଲିଫ୍‌ରୁ ବାଲେଶ୍ୱର ପୌର ଓ ଜିଲାପ୍ରଶାସନ ବଞ୍ଚତ୍ତ କରିଥିବାରୁ ମେ’ ୩୧ ପରେ ଆନ୍ଦୋଳନ ଚେତାବନୀ ଦେଇଥିଲେ। ଟିପିରି ସିଂ, ରାମ ଚନ୍ଦ୍ର ପରିଡ଼ା, ଜୟନ୍ତୀ ଦାସ, ସେକ ଇସଲାମ୍‌, ମହମଦ ଆସଲାମ, ମନୋରଞ୍ଜନ ବାରିକ, ନିତ୍ୟାନନ୍ଦ ସାହୁ, ମନୋଜ ରାଠୋର ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri