ପଦବୀ ଛାଡ଼ିଲେ ଅର୍ବାନ ଲ୍ୟାଡର ସହ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୩-୧୦: ଷ୍ଟାର୍ଟଅପ୍‌ ଅର୍ବାନ ଲ୍ୟାଡରର ସହ ପ୍ରତିଷ୍ଠାତା ତଥା ପ୍ରଡକ୍ଟ ଏବଂ ଟେକ୍ନୋଲୋଜି ଅଫିସର ଭାବେ କାର୍ଯ୍ୟ କରୁଥିବା ରାଜିବ ଶ୍ରୀବାସ୍ତବ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ବିସ୍କୁଲ ସହପାଠୀ ଆଶିଷ ଗୋୟଲଙ୍କ ସହ ମିଳିତ ହୋଇ ୨୦୧୨ରେ ସେ ଉକ୍ତ କମ୍ପାନୀ ସ୍ଥାପନା କରିଥିଲେ। ଷ୍ଟ୍ରାଟେଜିକ ପଦକ୍ଷେପ ଭାବେ କମ୍ପାନୀ ବୋର୍ଡ ଏବଂ ପ୍ରମୋଟରଙ୍କ ସହ ଜଡିତ ରହିବେ ବୋଲି ପ୍ରଫେସନାଲ ନେଟଓ୍ବର୍କ ଲିଙ୍କଡଇନରେ ସେ ପୋଷ୍ଟ କରିଛନ୍ତି। ଦୀର୍ଘ ୮ ବର୍ଷର ଯାତ୍ରା ସହ ଅର୍ବାନ ଲ୍ୟାଡରକୁ ଏକ ଲୋକପ୍ରିୟ ଫର୍ନିଚର ବ୍ରାଣ୍ଡ ଗଢି ତୋଳିବା ଉଦ୍ୟମ ଜାରି ରହିବ ବୋଲି ସେ ପ୍ରକାଶ କରିଛନ୍ତି। ତାଙ୍କର ପରବର୍ତ୍ତୀ କାର୍ଯ୍ୟପନ୍ଥା କ’ଣ ହେବ ସେ ନେଇ ଶ୍ରୀବାସ୍ତବ କୌଣସି ସୂଚନା ଦେଇ ନାହାନ୍ତି। ସେହିଭଳି ଅର୍ବନ ଲ୍ୟାଡରରେ ନିବେଶକ ଥିବା ତଥା କଲାରି କ୍ୟାପିଟାଲର ଏମ୍‌ଡି ବାଣି କୋଲା ମଧ୍ୟ କମ୍ପାନୀ ବୋର୍ଡରୁ ଓହରି ଯାଇଛନ୍ତି। ପାଣ୍ଠି ସଂଗ୍ରହ ଲାଗି ଅର୍ବାନ ଲ୍ୟାଡର ବର୍ତ୍ତମାନ ସଂଘର୍ଷ କରୁଛି। ଏଭଳି ସ୍ଥିତିରେ ପ୍ରମୁଖ ଦାୟିତ୍ୱରେ କାର୍ଯ୍ୟକରୁଥିବା ବ୍ୟକ୍ତି ବିଶେଷଙ୍କ ଇସ୍ତଫା କମ୍ପାନୀର ଭବିଷ୍ୟ ନେଇ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଚଳିତ ବର୍ଷ ଜୁନରେ କମ୍ପାନୀ ପ୍ରାୟ ୯୦ କର୍ମଚାରୀଙ୍କୁ ଛଟେଇ କରିଥିଲା। ୨୦୧୬ରେ ମଧ୍ୟ କିଛି କର୍ମଚାରୀ ଛଟେଇ ହୋଇଥିଲ। ସେହିଭଳି ମାର୍ଚ୍ଚରେ ମାର୍କେଟିଂ ମୁଖ୍ୟ ସଞ୍ଜୟ ଗୁପ୍ତା ଏବଂ ଉପସଭାପତି ପରାଗ ଶାହା କମ୍ପାନୀ ଛାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?