ପଦଯାତ୍ରାରେ ଚାଷୀ: ବୁଲିବେ ୧୨୦୦ କିମି

ନୟାଗଡ ଅଫିସ, ୩ା୨: ପଦଯାତ୍ରାରେ  ଗାଁକୁ ଗାଁ ବୁଲୁଛନ୍ତି ଚାଷୀ। ଚାଷୀ ଓ ସାଧାରଣ ଲୋକଙ୍କୁ ସେମାନଙ୍କ ସମସ୍ୟା ଅବଗତ କରାଉଛନ୍ତି । ୨୦ ବର୍ଷରୁ ଊର୍ଦ୍ଧ୍ୱ ଚାଷ କାର୍ଯ୍ୟରେ ନିୟୋଜିତ ହୋଇଥିବା ଚାଷୀଙ୍କୁ ମାସିକ ୫ ହଜାର ପେନସନ, ଧାନ କୁଇଣ୍ଟାଲ ୫ ହଜାର ଟଙ୍କା, ବାର୍ଦ୍ଧକ୍ୟ ଭତ୍ତା ୧୫୦୦, ଉପତ୍ାଦିତ ଦ୍ରବ୍ୟର ଉଚିତ ମୂଲ୍ୟ, ଗାଁ ଗାଁରେ ଶୀତଳଭଣ୍ଡାର ଓ ଗୋଦାମ ଘର ନିର୍ମାଣ ଦାବି ସମ୍ପର୍କରେ ସରକାରଙ୍କୁ ଅବଗତ କରାଇବେ ବୋଲି କହିଛନ୍ତି। ରାଜ୍ୟ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଜାନୁୟାରୀ ୨୩ ନେତାଜୀ ଜୟନ୍ତୀରୁ ଓଡଗାଁ ରଘୁନାଥ ପୀଠରୁ ଏହି ପଦଯାତ୍ରା ଆରମ୍ଭ ହୋଇଛି। ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଏଥିରେ ସାମିଲ ହୋଇଛନ୍ତି। ମେ ୧ରେ ଭୁବନେଶ୍ୱରରେ ପଦଯାତ୍ରା ପହଞ୍ଚିବ। ପଦଯାତ୍ରୀ ଦଳ ରାଜ୍ୟର ୧୨୦୦ କିମି, ୫୦୦ ଗାଁ ପରିକ୍ରମା କରିବେ। ଏଥିରେ ଜଗତ୍‌ସିଂହପୁର ଦେବୀ ପ୍ରସାଦ ମହାରଣା, ସ୍ନେହୁସୁ ଜେନା, ସୁରେନ୍ଦ୍ର ମହାରଣା, ନୟାଗଡର ଭାଗବତ ପ୍ରଧାନ, ମହେଶ୍ୱର ଜେନା, ବାଉରୀବନ୍ଧୁ ବେହେରା ପ୍ରମୁଖ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri