ପଦଯାତ୍ରାରେ ପାକିସ୍ତାନ ଯିବେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୯।୮: ଦୁଇ ଦେଶ ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଖୁବ୍‌ଶୀଘ୍ର ପାକିସ୍ତାନକୁ ପଦଯାତ୍ରା କରିବେ ରାଉରକେଲାର ଯୁବ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ। ଏ ନେଇ ବୁଧବାର ସେକ୍ଟର-୨ ସେହେନାଇ ମଣ୍ଡପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ମୁକ୍ତିକାନ୍ତ ଏବେ ୩ହଜାର ୨ଶହ କି.ମି. ଚାଲି ଚାଲି ପାକିସ୍ତାନ ଯିବା ଘୋଷଣା କରିବା ପରେ ସାଧାରଣରେ ଉତ୍ସୁକତା ପ୍ରକାଶ ପାଇଛି।
ଖବରଦାତା ସମ୍ମିଳନୀରେ ମୁକ୍ତିକାନ୍ତଙ୍କ ସମେତ ରାଉରକେଲା ଯୁବ ଜାଗୃତି ମଞ୍ଚ ଆବାହକ ଗୋପାଳ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜେନା କହିଥିଲେ, ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସୁସମ୍ପର୍କ ଅନିବାର୍ଯ୍ୟ ହୋଇପଡ଼ିଛି। ଏଥିସହ ଯୁବପିଢ଼ିଙ୍କୁ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟବୋଧ ପ୍ରତି ସଚେତନା କରାଇବା ସମୟ ଆସିଛି। ଏପରିସ୍ଥଳେ ମୁକ୍ତିକାନ୍ତଙ୍କ ପାକିସ୍ତାନ ପଦଯାତ୍ରା ଉଭୟ ଦେଶର ଯୁବପିଢ଼ିଙ୍କୁ ଜାଗ୍ରତ କରିବ ବୋଲି ଜେନା କହିଥିଲେ। ସଫଳତା ବିଫଳତାକୁ ପ୍ରସଙ୍ଗ ନ କରି ସେ ନିଜ ଲକ୍ଷ୍ୟ ପଥରେ ଆଗେଇବାକୁ ନିଷ୍ପତ୍ତି କରିଥିବାରୁ ଜେନା ତାଙ୍କୁ ସ୍ବାଗତ କରିଥିଲେ। ପାକିସ୍ତାନରେ ପହଞ୍ଚିବାକୁ ତାଙ୍କୁ ୬ ମାସ ସମୟ ଲାଗିବ। ଉଭୟ ଦେଶବାସୀଙ୍କ ମଧ୍ୟରେ ଶାନ୍ତିର ଭାବନା ଜାଗ୍ରତ କରିବା ଏହି ପଦଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଏ ନେଇ ମୁକ୍ତିକାନ୍ତ ଉଭୟ ଭାରତ ଓ ପାକିସ୍ଥାନ ସରକାରଙ୍କ ଅନୁମତି ଲୋଡ଼ିଥିଲେ। ଖୁବ୍‌ଶୀଘ୍ର ଅନୁମତି ମିଳିଯିବ ବୋଲି ଆଶା କରାଯାଉଥିବା ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri