ପଦୋନ୍ନତି ଅଦାଲତ ଗଠନ କଲେ ସରକାର: ଠିକ୍‌ ସମୟରେ ପ୍ରକ୍ରିୟା ସାରିବାକୁ ଗୁରୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ)- ରାଜ୍ୟ ସରକାର କର୍ମଚାରୀଙ୍କ ପଦୋନ୍ନତି ସମସ୍ୟା ସମାଧାନ ପାଇଁ ‘ପଦୋନ୍ନତି ଅଦାଲତ’ ଗଠନ କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ ଅବଗତ କରାଯାଇଛି। ନିକଟରେ ସରକାର ବିଭିନ୍ନ ବର୍ଗର କର୍ମଚାରୀ ଯେପରି ଠିକ୍‌ ସମୟରେ ପଦୋନ୍ନତି ପାଇବେ ସେଥିପାଇଁ ନିର୍ଦ୍ଦେଶ ଦେଇଥିଲେ। ପ୍ରତିବର୍ଷ ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ସମ୍ପର୍କିତ ପ୍ରକ୍ରିୟା ସାରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି କଡ଼ା ନିର୍ଦ୍ଦେଶ ମଧ୍ୟ ପ୍ରଶାସନରେ ପ୍ରତିଫଳିତ ହୋଇଥିଲା। ଏହା ଦ୍ୱାରା ରାଜ୍ୟର ୩୧୬୬ କର୍ମଚାରୀ ଗତ ଡିସେମ୍ବର ୩୧ ପୂର୍ବରୁ ପଦୋନ୍ନତି ପାଇଥିଲେ। ଏହି ସମୟ ମଧ୍ୟରେ ଯେଉଁମାନେ ପଦୋନ୍ନତି ପାଇପାରି ନାହାନ୍ତି, ତାହାକୁ ତ୍ୱରାନ୍ବିତ କରିବାରେ ଏହି ଅଦାଲତ ସହାୟକ ହେବ ବୋଲି ଆଶା କରାଯାଉଛି। ବିଭିନ୍ନ ବିଭାଗର ପ୍ରଶାସନିକ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବମାନଙ୍କ ଅଧ୍ୟକ୍ଷତାରେ ପଦୋନ୍ନତି ଅଦାଲତ ଗଠନ କରାଯିବ। ପ୍ରତିବର୍ଷ ଜାନୁୟାରୀ ମାସର ଚତୁର୍ଥ ସପ୍ତାହରେ ପଦୋନ୍ନତି ଅଦାଲତର ବୈଠକ ବସିବ। କୌଣସି କାରଣରୁ ପଦୋନ୍ନତି ପାଇପାରି ନ ଥିବା କର୍ମଚାରୀମାନଙ୍କ ସମସ୍ୟାର ସମାଧାନ ଅଦାଲତ ଜରିଆରେ କରାଯିବ। ଉଲ୍ଲେଖଯୋଗ୍ୟ, ବିଭିନ୍ନ କାରଣରୁ ପଦୋନ୍ନତି ପାଇ ପାରି ନ ଥିବା କର୍ମଚାରୀମାନେ ଅଦାଲତର ଦ୍ୱାରସ୍ଥ ହୋଇଥାଆନ୍ତି। ତେଣୁ ଏହି ଅଦାଲତ ଗଠିତ ହେବା ଦ୍ୱାରା କର୍ମଚାରୀମାନେ ଶୀଘ୍ର ନ୍ୟାୟ ପାଇପାରିବେ ବୋଲି ଆଶା କରାଯାଉଛି। ସରକାରଙ୍କ ଏହି ନିଷ୍ପତ୍ତିକୁ ସବୁ ମହଲରେ ସ୍ବାଗତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଦତ୍ତ ୫-ଟି ମନ୍ତ୍ରକୁ ଏହି ପ୍ରକ୍ରିୟାରେ କାର୍ଯ୍ୟ କରାଯିବ। ଏହା ସମ୍ପୂର୍ଣ୍ଣ ପଦୋନ୍ନତିରେ ସଂସ୍କାର ଏବଂ ସ୍ବଚ୍ଛତା ଆଣିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ଭୁବନେଶ୍ବର,୨।୧: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri