ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ

କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍‌ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର ମାଗୁଣି… ଗୀତରେ ଆରମ୍ଭ ହୋଇଥିଲା ରବିବାର ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ। ଗୀତର ଶୀର୍ଷକ ଥିଲା ‘ଶ୍ରୀରାମ ପ୍ରେୟସୀ’ ଓ ଏଥିରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ ଗୁରୁ ମୀରା ଦାସ। ଅଶୋକ ବାଟିକାରେ ଦେବୀ ସୀତା ଓ ହନୁମାନଙ୍କ ଭେଟର କାହାଣୀ ନୃତ୍ୟ ମାଧ୍ୟମରେ ଦର୍ଶକଙ୍କ ନିକଟରେ ଉପସ୍ଥାପନ କରିଥିଲେ ଗୁରୁ ମୀରା ଦାସ। ପରେ ଏକାଡେମୀର କଳାକାରମାନେ ‘ବିନ୍ଦୁରୁ ସିନ୍ଧୁ’ ନୃତ୍ୟ ପ୍ରଦର୍ଶନ କରିଥିଲେ। ଏହି ନୃତ୍ୟ ମାଧ୍ୟମରେ ଗୋଟିଏ ବିନ୍ଦୁରେ ସମଗ୍ର ସଂସାର ସମର୍ପି ଯିବାର ବାର୍ତ୍ତା ପ୍ରଦାନ କରାଯାଇଥିଲା। ଯୋଗ ନୃତ୍ୟ ପ୍ରଦର୍ଶନ ପରେ ଶିଶୁ କଳାକାରମାନେ ଭୂମି ମଙ୍ଗଳମ ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ନୃତ୍ୟଶିଳ୍ପୀ ମୋମ୍‌ ଗାଙ୍ଗୁଲି ଓ ଗୁରୁ ମୀରା ଦାସ ମୋହିନୀୟାଟମ୍‌-ଓଡ଼ିଶୀ ନୃତ୍ୟର ଫ୍ୟୁଜନ ପରିବେଷଣ କରିଥିଲେ। ଏହି ଅବସରରେ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସଙ୍ଗୀତଜ୍ଞ ଓ ବିଶିଷ୍ଟ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ମର୍ଯ୍ୟାଦାଜନକ ନିବେଦିତା ପଟ୍ଟନାୟକ ସମ୍ମାନ ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ ସନ୍ଧ୍ୟାରେ ଏକାଡେମୀର ନୃତ୍ୟଶିଳ୍ପୀ ତସ୍ମୈଶ୍ରୀ ମହାପାତ୍ର, ପ୍ରେରଣା ଚାଟାର୍ଜୀ, ଅନୁଷ୍କା ମହାପାତ୍ର, ଲୋପାମୁଦ୍ରା ଭୋଇ, ତୁଳସୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ଏଲ.ସି ପଟ୍ଟନାୟକ ଅତିଥି ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri