ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ

କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍‌ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର ମାଗୁଣି… ଗୀତରେ ଆରମ୍ଭ ହୋଇଥିଲା ରବିବାର ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ। ଗୀତର ଶୀର୍ଷକ ଥିଲା ‘ଶ୍ରୀରାମ ପ୍ରେୟସୀ’ ଓ ଏଥିରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ ଗୁରୁ ମୀରା ଦାସ। ଅଶୋକ ବାଟିକାରେ ଦେବୀ ସୀତା ଓ ହନୁମାନଙ୍କ ଭେଟର କାହାଣୀ ନୃତ୍ୟ ମାଧ୍ୟମରେ ଦର୍ଶକଙ୍କ ନିକଟରେ ଉପସ୍ଥାପନ କରିଥିଲେ ଗୁରୁ ମୀରା ଦାସ। ପରେ ଏକାଡେମୀର କଳାକାରମାନେ ‘ବିନ୍ଦୁରୁ ସିନ୍ଧୁ’ ନୃତ୍ୟ ପ୍ରଦର୍ଶନ କରିଥିଲେ। ଏହି ନୃତ୍ୟ ମାଧ୍ୟମରେ ଗୋଟିଏ ବିନ୍ଦୁରେ ସମଗ୍ର ସଂସାର ସମର୍ପି ଯିବାର ବାର୍ତ୍ତା ପ୍ରଦାନ କରାଯାଇଥିଲା। ଯୋଗ ନୃତ୍ୟ ପ୍ରଦର୍ଶନ ପରେ ଶିଶୁ କଳାକାରମାନେ ଭୂମି ମଙ୍ଗଳମ ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ନୃତ୍ୟଶିଳ୍ପୀ ମୋମ୍‌ ଗାଙ୍ଗୁଲି ଓ ଗୁରୁ ମୀରା ଦାସ ମୋହିନୀୟାଟମ୍‌-ଓଡ଼ିଶୀ ନୃତ୍ୟର ଫ୍ୟୁଜନ ପରିବେଷଣ କରିଥିଲେ। ଏହି ଅବସରରେ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସଙ୍ଗୀତଜ୍ଞ ଓ ବିଶିଷ୍ଟ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ମର୍ଯ୍ୟାଦାଜନକ ନିବେଦିତା ପଟ୍ଟନାୟକ ସମ୍ମାନ ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ ସନ୍ଧ୍ୟାରେ ଏକାଡେମୀର ନୃତ୍ୟଶିଳ୍ପୀ ତସ୍ମୈଶ୍ରୀ ମହାପାତ୍ର, ପ୍ରେରଣା ଚାଟାର୍ଜୀ, ଅନୁଷ୍କା ମହାପାତ୍ର, ଲୋପାମୁଦ୍ରା ଭୋଇ, ତୁଳସୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ଏଲ.ସି ପଟ୍ଟନାୟକ ଅତିଥି ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?