Posted inଖେଳ

ପନ୍ତଙ୍କୁ ସୁରକ୍ଷା ଦେବାକୁ ଆଗେଇ ଆସିଲେ କୋହଲି

ଖ୍ରୀଷ୍ଟଚର୍ଚ୍ଚ, ୩।୩ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ (୦-୩)ରେ ହାରିବା ପରେ ଟେଷ୍ଟରେ ମଧ୍ୟ ଭ୍ରମଣକାରୀ ଭାରତୀୟ ଦଳ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ଦ୍ୱିତୀୟ ମ୍ୟାଚ୍‌କୁ ୭ ଉଇକେଟ୍‌ରେ ହାରିବା ସହ ଭାରତ ଦୁଇ ମ୍ୟାଚ୍‌ବିଶିଷ୍ଟ ସିରିଜରେ କ୍ଲିନ୍‌ସୁଇପ୍‌ ହୋଇଛି। ଫଳରେ ଭାରତର ଦେଢ଼ମାସର ନ୍ୟୁଜିଲାଣ୍ଡ ଟୁର୍‌ ଶେଷ ହୋଇଛି। ଟେଷ୍ଟ ସିରିଜ ପରାଜୟବରଣ ପରେ ଅଧିନାୟକ ବିରାଟ କୋହଲିଙ୍କ ନିଷ୍ପତ୍ତିକୁ ନେଇ ପ୍ରଶ୍ନ ଉଠିଛି। ଏଥିମଧ୍ୟରେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଉଇକେଟ୍‌କିପର ରିଦ୍ଧିମାନ ଶାହଙ୍କ ଉପସ୍ଥିତି ସତ୍ତ୍ୱେ ବାରମ୍ବାର ବିଫଳ ହେଉଥିବା ରିଷଭ ପନ୍ତଙ୍କୁ ସୁଯୋଗ ଦେବା ନେଇ ଏବେ କୋହଲିଙ୍କ ଉପରକୁ ଆଙ୍ଗୁଠି ଉଠିଛି। ଘରୋଇ ପରିବେଶରେ ଉଭୟ ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ବିପକ୍ଷରେ ଶାହ ଚମତ୍କାର ପ୍ରଦର୍ଶନ କରିଥିଲେ। କିନ୍ତୁ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର କୌଣସି ମ୍ୟାଚ୍‌ରେ ମଧ୍ୟ ତାଙ୍କୁ ସୁଯୋଗ ମିଳି ନ ଥିଲା। ପନ୍ତ ୨ଟି ଯାକ ମ୍ୟାଚ୍‌ରେ ସୁଯୋଗ ପାଇଥିଲେ ମଧ୍ୟ ଉଇକେଟ୍‌ ପଛରେ କି ଆଗରେ ପ୍ରଦର୍ଶନର ଛାପ ଛାଡ଼ିବାରେ ବିଫଳ ହୋଇଛନ୍ତି। ତେବେ ପନ୍ତଙ୍କୁ ସୁରକ୍ଷା ଦେବାକୁ ଆଗକୁ ଆସିଛନ୍ତି କୋହଲି। ସୋମବାର ମ୍ୟାଚ୍‌ ପରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି, ‘ଆମେ ତାଙ୍କୁ (ପନ୍ତ) ବହୁତ ସୁଯୋଗ ଦେଇଛୁ। କିନ୍ତୁ ମୋତେ ଲାଗୁନି ଯେ କେହି ଟିମ୍‌ରେ ନିଜ ସ୍ଥାନକୁ ହାଲ୍‌କା ଭାବେ ନେଉନାହାନ୍ତି। ପୁରା ଟିମ୍‌ର ଖରାପ ପ୍ରଦର୍ଶନ ଲାଗି ଆମେ ହାରିଲୁ। ଏଥିଲାଗି କେବଳ ପନ୍ତଙ୍କୁ ଦୋଷୀ ଭାବିବା ଭୁଲ’। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜର ୪ ଇନିଂସରୁ ପନ୍ତ ମାତ୍ର ୬୦ ରନ ସଂଗ୍ରହ କରିଛନ୍ତି, ଯେଉଁଥିରେ ୨୫ ରନ ତାଙ୍କର ଶ୍ରେଷ୍ଠ ଇନିଂସ ରହିଛି। ‘ଘରୋଇ ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରୁ ଆମେ ପନ୍ତଙ୍କୁ ସୁଯୋଗ ଦେଇଛୁ। ଏହାପରେ ସେ କେତେକେ ମ୍ୟାଚ୍‌ ଖେଳି ନ ଥିଲେ। କିନ୍ତୁ ପରେ ସେ କଠିନ ପରିଶ୍ରମ କରିଛନ୍ତି। ସେଥିପାଇଁ ଆମେ ତାଙ୍କୁ ଏହି ସିରିଜରେ ସୁଯୋଗ ଦେବାକୁ ଚିନ୍ତା କରିଥିଲୁ’ ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri