ପରକୀୟା ପ୍ରୀତିରୁ ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୩ା୧- ସଦର ଥାନା ସୁକୁଣ୍ଡା ମଶାଣିପଦର ସାହିରେ ବୁଧବାର ପରକୀୟା ପ୍ରୀତିରୁ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ପ୍ରଫୁଲ୍ଲ ସାହୁ (୩୨)। ପୋଲିସ ମୃତ ପ୍ରଫୁଲ୍ଲଙ୍କ ଦାଦା ପୁଅ ଭାଇ ମହେନ୍ଦ୍ରଙ୍କ ଅଭିଯୋଗ କ୍ରମେ ଏକ ହତ୍ୟା ମାମଲା (ନଂ.୧୯/୨୦) ରୁଜୁକରି ତଦନ୍ତ ଆରମ୍ଭ କରିଛି। ପ୍ରଫଲ୍ଲଙ୍କୁ ତାଙ୍କ ସ୍ତ୍ରୀ ପ୍ରେମିକ ସହ ମିଶି ହତ୍ୟା କରିଥିବା ତଦନ୍ତରୁ ଜଣାପଡିଛି। ମୃତକଙ୍କ ସ୍ତ୍ରୀ ମିତା ସାହୁ (୨୫) ଓ ତାଙ୍କ ପ୍ରେମିକ ଭବାନୀପାଟଣାର ସରୋଜ ମହାରଣା (୩୧)ଙ୍କୁ ଗିରଫ କରାଯାଇଥିବା ସଦର ଏସ୍‌ଡ଼ିପିଓ ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ, ସ୍ତ୍ରୀ ମିତା ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ସ୍ବାମୀ ପ୍ରଫୁଲ୍ଲ ଜଣେ ଠିକାଦାର। ମୁଁ ଓ ମୋ ୫ ବର୍ଷର ପୁଅ ଓ ୪ ବର୍ଷର ଝିଅ ସହ ଆମେ ସୁକୁଣ୍ଡାରେ ରହୁଥିଲୁ। ମଙ୍ଗଳବାର ରାତି ପ୍ରାୟ ୮ଟାରେ ସ୍ବାମୀ କାମସାରି ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ। ମୋ ସହ ଝଗଡା କରି ଘର କାନ୍ଥରେ ମୁଣ୍ଡ ପିଟିଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପ୍ରଥମେ ମିତାଙ୍କ ଅଭିଯୋଗ କ୍ରମେ ନଂ.୪/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ପ୍ରଫୁଲ୍ଲଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଭାଇ ମହେନ୍ଦ୍ର ବୁଧବାର ଥାନାରେ ଅଭିଯୋଗ କରିଥିଲେ। ପଚରାଉଚରା ପରେ ପ୍ରଫୁଲ୍ଲଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ନେଇ ପୋଲିସ ଡାକ୍ତରଙ୍କଠାରୁ ସୂଚନା ପାଇଥିଲା। ମିତାଙ୍କ ଉପରେ ପୋଲିସର ସନ୍ଦେହ ହୋଇଥିଲା। ମିତାଙ୍କୁ ପଚାରିବାରୁ ସେ କେତେବେଳେ ତାଙ୍କ ସ୍ବାମୀ ଘର ଭିତରେ ମୁଣ୍ଡ ପିଟିଦେବାରୁ ପ୍ରଚୁର ରକ୍ତସ୍ରାବ ହୋଇଥିବା କହୁଥିଲାବେଳେ ଆଉ କେତେବେଳେ ମଦ ପିଇ ଆସି ବାନ୍ତି କରିଥିଲେ ବୋଲି କହିଥିଲେ। କଥାରେ ତାଳମେଳ ନ ରହିବାରୁ ତାଙ୍କ ଉପରେ ସନ୍ଦେହ ଦୃଢୀଭୂତ ହୋଇଥିଲା। ଅନ୍ୟପଟେ ଘର ଭିତରେ କୌଣସି ସ୍ଥାନରେ ରକ୍ତ ପଡିଥିବା ପୋଲିସ ଦେଖିବାକୁ ପାଇ ନ ଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ପ୍ରଫୁଲ୍ଲଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ଏଣୁ ମିତା ଓ ତାଙ୍କ ପ୍ରେମିକ ସରୋଜ ମହାରଣାଙ୍କୁ ଗିରଫ କରାଯାଇଥିବାବେଳେ ଗୁରୁବାର ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଏସ୍‌ଡ଼ିପିଓ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri