Posted inଅପରାଧ

ପରକୀୟା ପ୍ରୀତି ସନ୍ଦେହ : ସ୍ତ୍ରୀକୁ ମାରିଦେବାକୁ ଉଦ୍ୟମ, ସ୍ବାମୀ କୋର୍ଟ ଚାଲାଣ

ରସୁଲପୁର,୭ା୬ (ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବଡକଇଁଚି ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମରେ ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ସ୍ବାମୀଙ୍କୁ ଗୁରୁବାର ପୋଲିସ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ହେଲେ ପ୍ରଶାନ୍ତ ତରେଇ।
ପ୍ରକାଶ ଯେ, ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ନେଇ ପ୍ରଶାନ୍ତ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହେଉଥିଲା। ମଙ୍ଗଳବାର ରାତିରେ ସ୍ତ୍ରୀକୁ ଜୀବନରୁ ମାରିଦେବା ପାଇଁ ପ୍ରଶାନ୍ତ ଚେଷ୍ଟା କରିଥିଲେ। ସ୍ତ୍ରୀଙ୍କୁ ଛାତ ଉପରକୁ ଡାକି ନେଇ ତାଙ୍କ ଗୋଡକୁ ଏକ କାଠଫାଳିଆରେ ମାଡ ମାରିବା ସହ ତଣ୍ଟି ଚିପି ମାରିଦେବାକୁ ଉଦ୍ୟମ କରିଥିଲେ। ସେଥିରେ ବିଫଳ ହେବାରୁ ଏକ ଧାରୁଆ ଅସ୍ତ୍ରରେ ମାରିବାକୁ ଚେଷ୍ଟା କରିଥିଲେ। ଏଥିରେ ତାଙ୍କ ସ୍ତ୍ରୀ ଡରିଯାଇ ଚିତ୍କାର କରିଥିଲେ। ପଡୋଶୀ ଘର ଲୋକେ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରିଥିଲେ। ଅଭିଯୁକ୍ତ ସ୍ବାମୀ ଘଟଣାସ୍ଥଳରୁ ଖସି ପଳାଇଥିଲେ। ପରିବାର ଲୋକଙ୍କ ପକ୍ଷରୁ ଆହତ ମହିଳାକୁ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏ ନେଇ କୁଆଖିଆ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ମୁତାବକ ପୋଲିସ ଏକ ମାମଲା (ନଂ.୧୫୮/୧୯) ରୁଜୁ କରିଥିଲା। ବୁଧବାର ରାତିରେ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଥିଲା। ଏସଆଇ ଅନିତା ପ୍ରଧାନ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri