ପରଜଙ୍ଗରେ ଥମୁନି ହାତୀ ଆତଙ୍କ; ଯୁବକଙ୍କୁ ଦାନ୍ତରେ ଭୁସିଦେଲା ଦନ୍ତା

ପରଜଙ୍ଗ, ୧୧।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ହାତୀ ଆତଙ୍କ ଚରମସୀମାରେ ପହଞ୍ଚତ୍ଛି। ଜନବସତିରେ ହାତୀପଲର ଉପଦ୍ରବ ଏବଂ ଆକ୍ରମଣରେ ବ୍ୟାପକ ଧନଜୀବନ ହାନି ହେଉଛି। ରବିବାର ସନ୍ଧ୍ୟାରେ ପାଟରପଦା ମେଡ଼ିକାଲ ନିକଟରେ ଏକ ଦନ୍ତା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ କଟାବାହାଳ ଗ୍ରାମର ସୁଦର୍ଶନ ଦାସ (୩୬)। ସୁଦର୍ଶନ ଶୌଚ ହେବାକୁ ଯାଉଥିବା ବେଳେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲା। ସେ ପ୍ରାଣବିକଳରେ ଦୌଡ଼ି ପଳାଉଥିବାବେଳେ ହାତୀଟି ତାଙ୍କ ଡାହାଣ ଗୋଡ଼କୁ ଦାନ୍ତରେ ଭୁସି ଦେଇଥିଲା। ଏଥିସହ ଛାତି ଉପରେ ଚଢ଼ିଯାଇ ପଳାଇଥିଲା। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିବା ସହ ୧୦୮ ଆମ୍ବୁଲାନ୍ସରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଡିହଡୋଳ ଫରେଷ୍ଟର ରାମଚନ୍ଦ୍ର ରାଉତ ଗୁରୁତରଙ୍କ ଚିକିତ୍ସା ପାଇଁ ୫ ହଜାର ଟଙ୍କା ସହାୟତା ଦେଇଛନ୍ତି। ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଗାର୍ଡ ଲୁସ୍ମିତା ସିଂ ପ୍ରମୁଖ ଡାକ୍ତରଖାନାରେ ପହଞ୍ଚତ୍ ତଦନ୍ତ କରିଛନ୍ତି।
ଗ୍ରାମବାସୀଙ୍କ କହିବା କଥା, ଅଞ୍ଚଳରେ ଦିନକୁ ଦିନ ହାତୀ ଆତଙ୍କ ବଢ଼ିଚାଲିଛି। ସେମାନଙ୍କୁ ଘଉଡ଼ାଇବାକୁ ଯାଇ ବନ ବିଭାଗ ବାଣ ମାରୁଛି। ଏଥିରେ ହାତୀପଲ ଅଧିକ ହିଂସ୍ର ହୋଇଉଠୁଛନ୍ତି। ଅଞ୍ଚଳରେ ୧୧୫ରୁ ଊର୍ଦ୍ଧ୍ୱ ହାତୀ ବିଭିନ୍ନ ପଲରେ ବିଭକ୍ତ ହୋଇ ବିଚରଣ କରୁଛନ୍ତି। ହାତୀ ଉପସ୍ଥିତି ସମ୍ପର୍କରେ ସୂଚନା ଦେଲେ ବନ କର୍ମଚାରୀ ପହଞ୍ଚୁନାହାନ୍ତି। ଫଳରେ କ୍ଷୟକ୍ଷତି ପରିମାଣ ବଢ଼ିବାରେ ଲାଗିଥିବା ସେମାନେ ଅଭିଯୋଗ କରିଛନ୍ତି। ହାତୀପଲକୁ ଅନ୍ୟତ୍ର ଘଉଡ଼ାଇବା ବ୍ୟବସ୍ଥା ନ କଲେ ବାଧ୍ୟ ହୋଇ ଅଞ୍ଚଳବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ହାତୀ ଘଉଡ଼ାଇବାକୁ ବାଣ ମରାଯାଇଥିବା ସମ୍ପର୍କରେ ରେଞ୍ଜର କୁହନ୍ତି, ତାଙ୍କ ଅଜାଣତରେ ଏପରି ହୋଇଥାଇପାରେ। ଏ ନେଇ ସେ ଅନୁଧ୍ୟାନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri