ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍‌ପି

ପରଜଙ୍ଗ,୧୬।୧୦(ଡି.ଏନ୍‌.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍‌ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଏକ ନିଆରା ଢଙ୍ଗରେ ପାଳନ କରିଛନ୍ତି ଦଳୀୟ ନେତା ଏବଂ କର୍ମୀ। ଏମ୍‌ପି ସାହୁଙ୍କ ନେତୃତ୍ୱରେ ଜନ୍ମ ଦିବସ ଅବସରରେ ପ୍ରଭୁ ରାମେଶ୍ୱରଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ଏକ ଶହ ଦୀପ ଦାନ କରାଯାଇଥିଲା। ଏଥି ସହ ଜୀବନ ବିନ୍ଦୁ ଅଧୀନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଓ ମାଗଣା ସ୍ବାସ୍ଥ୍ୟ ସେବା କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା । ପରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ନୃସିଂହ ଚରଣ ସାହୁ ଯୋଗ ଦେଇ ତାଙ୍କର ବକ୍ତବ୍ୟ ରଖିଥିଲେ। ମଞ୍ଚାସିନ ଅତିଥିଭାବେ ପରଜଙ୍ଗ ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା, ବିଜେଡି ବ୍ଲକ ସଭାପତି କୃଷ୍ଣଚନ୍ଦ୍ର ମହାନ୍ତି, ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ଦେବୀପ୍ରସାଦ ପଟ୍ଟନାୟକ, ଇନ୍ଦ୍ରମଣି ଗଡ଼ନାୟକ, ବାସନ୍ତୀ କିଶାନ,ମନୋଜ ସାହୁ, ଦିନେଶ ପ୍ରଧାନ, ମୀନକେତନ ଅମାନ୍ତ, ପ୍ରିୟରଞ୍ଜନ ମାହୁନ୍ତ, ସସ୍ମିତା ବେହେରା, ପବିତ୍ର ଭୁତିଆ, ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ ଏମ୍‌ପି ସାହୁ ଆଲୋଚନା କରିବା ସହ ତାଙ୍କ ଜୀବନ ସୁଖମୟ ଓ ନିରୋଗ ରହୁ ବୋଲି ଭଗବାନଙ୍କ ନିକଟରେ କାମନା କରିଥିଲେ । ସଭା ଶେଷରେ ଏମ୍‌ପି ଗରିବ ଲୋକମାନଙ୍କୁ କମ୍ବଳ ଓ ମଶାରୀ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଲୋକ ସଭା ମଣ୍ଡଳୀରୁ ହଜାର ହଜାର ସଂଖ୍ୟକ ଶୁଭେଚ୍ଛୁ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri