ପରଦାରେ ରଣବୀର, ଶ୍ରଦ୍ଧାଙ୍କ ଜମିବ ଯୋଡ଼ି

‘ପ୍ୟାର୍‌ କା ପଞ୍ଚନାମା’ ଓ ‘ସୋନୁ କେ ଟିଟୁ କୀ ସ୍ବିଟି’ ଭଳି ଫିଲ୍ମ ନିର୍ମାଣ କରିଥିବା ନିର୍ଦ୍ଦେଶକ ଲଭ୍‌ ରଞ୍ଜନଙ୍କ ଆଗାମୀ ସିନେମାରେ ରଣବୀର କପୁର ଓ ଶ୍ରଦ୍ଧା କପୁରଙ୍କ ଯୋଡ଼ି ରୋମାନ୍ସ କରୁଥିବା ଦେଖିବାକୁ ମିଳିବ। ‘ସାହୋ’ ଓ ‘ଛିଛୋରେ’ ଦମଦାର୍‌ ଅଭିନୟ ପରେ ସେମାନେ ଆଗାମୀ ଫିଲ୍ମର ଶୁଟିଂ ଆରମ୍ଭ କରିଛନ୍ତି। ସେହିପରି ରଣବୀର ଏବେ ଆଲିଆ ଭଟ୍ଟ ଓ ଅମିତାଭ ବଚ୍ଚନଙ୍କ ସହିତ ‘ବ୍ରହ୍ମାସ୍ତ୍ର’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହାପରେ ସେ ଶ୍ରଦ୍ଧାଙ୍କ ସହ ଶୁଟିଂରେ ଯୋଗଦେବେ। ଖୁବ୍‌ଶୀଘ୍ର ବରୁଣ ଧାୱନଙ୍କ ସହିତ ଶ୍ରଦ୍ଧାଙ୍କ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ ଡି’ ରିଲିଜ୍‌ ହେବାକୁ ଯାଉଛି। ଏହାର ଟ୍ରେଲର ରିଲିଜ୍‌ ହୋଇସାରିଛି। ଏଥିରେ ଶ୍ରଦ୍ଧା କପୁର ପାକିସ୍ତାନୀ ଡ୍ୟାନ୍ସର ଓ ବରୁଣ ଧାୱନ ଭାରତୀୟ ଡ୍ୟାନ୍ସର ଭୂମିକାରେ ନଜର ଆସିବାକୁ ଯାଉଛନ୍ତି। ଫିଲ୍ମର ଟ୍ରେଲରରେ ଭାରତ-ପାକିସ୍ତାନର ଡ୍ୟାନ୍ସ ମୁକାବିଲା ଦେଖାଯାଇଛି। ବରୁଣ ଓ ଶ୍ରଦ୍ଧାଙ୍କ ଟକ୍କର ଟ୍ରେଲରରେ ଦେଖାଯାଇଛି। ଏହି ଫିଲ୍ମରେ ନୋରା ଫତେହୀ ମଧ୍ୟ ନଜରକୁ ଆସିବେ। ଏଥିରେ ପ୍ରଭୁଦେବାଙ୍କ ଅଭିନୟ ମଧ୍ୟ ଖୁବ୍‌ ଭଲ ଲାଗୁଛି। ସେହିପରି ଅପାରଶକ୍ତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଚରିତ୍ରରେ ନଜରକୁ ଆସିବାକୁ ଯାଉଛନ୍ତି। ଏହି ଫିଲ୍ମଟି ୨୪ ଜାନୁୟାରୀରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଲଜ୍ଜା: ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri