ପରଲୋକରେ ଅର୍ଥନୀତିଜ୍ଞ ବାସୁଦେବ ସାହୁ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବରିଷ୍ଠ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରଫେସର ବାସୁଦେବ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ରବିବାର ରାତିରେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା।
୧୯୩୪ ମସିହାରେ ଭଦ୍ରକ ଜିଲା ସାହାସପୁର ଗଁାରେ ଜନ୍ମଗ୍ରହଣ କରିଥିବା ବାସୁଦେବ ଭଦ୍ରକ କଲେଜରୁ ଅଧ୍ୟାପକ ଭାବେ ନିଜର ଶିକ୍ଷାବିତ୍‌ ଜୀବନ ଆରମ୍ଭ କରିଥିଲେ। ଏହାପରେ ସମ୍ବଲପୁର ଜିଏମ୍‌ କଲେଜରେ ଅଧ୍ୟାପନା କରି ଶେଷରେ କଟକ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରୁ ବରିଷ୍ଠ ଅର୍ଥନୀତି ପ୍ରଫେସର ଭାବେ ଅବସର ଗ୍ରହଣ କରିଥିଲେ। ଜଣେ ଲୋକପ୍ରିୟ ଶିକ୍ଷକ ଭାବେ ସେ ଯେତିକି ସୁନାମ ଅର୍ଜନ କରିଥିଲେ, ତା’ଠୁ ଅଧିକ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ କ୍ଷେତ୍ରରେ ତାଙ୍କର ଅବଦାନ ରହିଥିଲା। କେବଳ ଅର୍ଥନୀତି ନୁହେଁ, ଭାଷା ଓ ସାହିତ୍ୟ କ୍ଷେତ୍ରରେ ମଧ୍ୟ ତାଙ୍କର ଉତ୍କର୍ଷ ପ୍ରତିଫଳିତ ହୋଇଥିଲା। ସେ ଏକାଧିକ କବିତା ଏବଂ ଭିନ୍ନସ୍ବାଦର ପୁସ୍ତକ ରଚନା କରିଥିଲେ। ଅର୍ଥନୀତି ବିଷୟବସ୍ତୁ ଉପରେ ଆଧାରିତ ରିସର୍ଚ୍ଚ ଜର୍ନାଲ ‘ଭିଜନ୍‌’ର ସମ୍ପାଦକ ଓ ପ୍ରକାଶକ ଭାବେ ଦାୟିତ୍ୱ ତୁଲାଉଥିଲେ ବାସୁଦେବ। ଏହି ଜର୍ନାଲ ରାଜ୍ୟ ଏବଂ ରାଜ୍ୟ ବାହାରର ଅର୍ଥନୀତି ଛାତ୍ରୀଛାତ୍ର ଓ ଗବେଷକମାନଙ୍କୁ ଏକ ଉତ୍କୃଷ୍ଟ ପ୍ଲାଟଫର୍ମ ଯୋଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ଅବସର ପରେ ସେ ସାମାଜିକ କ୍ଷେତ୍ରରେ ବେଶ୍‌ କ୍ରିୟାଶୀଳ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri