ଭୁବନେଶ୍ୱର,୪।୬: (ବ୍ୟୁରୋ):ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ଏବଂ ସମାଲୋଚକ ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ବୁଧବାର ପୂର୍ବାହ୍ନ ୯ଟା ୧୫ରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ଚିକିତ୍ସିତ ହେଉଥିଲେ। ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା କ୍ଷେତ୍ରରେ ବିଶେଷ ଖ୍ୟାତି ଅର୍ଜନ କରିଥିବା ଶତପଥୀ ଆଧୁନିକ ଓଡ଼ିଆ କବିତାର ପ୍ରଚାର, ପ୍ରସାର କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଥିବାବେଳେ ସାହିତି୍ୟକ, ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ଧର୍ମପତ୍ନୀ ତଥା ସୁସାହିତି୍ୟକା ପ୍ରତିଭା ଶତପଥୀ ଏବଂ ଝିଅ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ବିଜେତା ପାରମିତା ଶତପଥୀଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
୧୯୩୭ ଅକ୍ଟୋବର ୨୫ ତାରିଖରେ ଜଗତ୍ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗାରେଇ ଶାସନଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୦ରେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକ ଏବଂ ୧୯୬୨ରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ। ୧୯୭୬ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍ଡି ଲାଭ କରିଥିଲେ। ୧୯୬୯ରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ବିଭାଗରେ ଅଧ୍ୟାପନା ଆରମ୍ଭ କରିଥିବା ପ୍ରଫେସର ଶତପଥୀ ପରବର୍ତ୍ତୀ ସମୟରେ ସେଠାରେ ପ୍ରତିଷ୍ଠା କରାଯାଇଥିବା ସତ୍ୟବାଦୀ ଚେୟାରର ପ୍ରଫେସର ଭାବେ ଦାୟିତ୍ୱ ନିର୍ବାହ କରି ଅବସର ଗ୍ରହଣ କରିଥିଲେ। ୧୯୬୨ରୁ ୧୯୬୯ ପର୍ଯ୍ୟନ୍ତ ରେଭେନ୍ସା ମହାବିଦ୍ୟାଳୟରେ ଏବଂ ୧୯୭୬ରୁ ୧୯୯୨ ପର୍ଯ୍ୟନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗରେ ଅଧ୍ୟାପନା କରିଥିଲେ। ଗୋପବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ଜୀବନୀ ପୁସ୍ତକ ‘ହେ ସାଥୀ, ହେ ସାରଥୀ’ ଥିଲା ତାଙ୍କ ରଚିତ ପ୍ରଥମ ପୁସ୍ତକ। ଏହାପୂର୍ବରୁ ଧର୍ମ ପତ୍ନୀ ପ୍ରତିଭାଙ୍କ ସହ ମିଳିତ ଭାବରେ ‘ଆମ କବିତା’ ନାମକ ଏକ କବିତା ପୁସ୍ତକ ଲେଖିଥିଲେ। ଏହା ପରଠାରୁ ନିତ୍ୟାନନ୍ଦ ନିରବଚ୍ଛିନ୍ନ ଭାବରେ ସାହିତ୍ୟ ସାଧନାରେ ନିମଗ୍ନ ଥିଲେ। ଓଡ଼ିଆ ଭାଷାରେ ସମାଲୋଚନାମୂଳକ ଲେଖାର ଅଭାବକୁ ହୃଦୟଙ୍ଗମ କରି ନିତ୍ୟାନନ୍ଦ ସମାଲୋଚନା ଲେଖିବା ଆରମ୍ଭ କରିଥିଲେ। ୧୯୨୦ ପରବର୍ତ୍ତୀ ଆଧୁନିକ ଓଡ଼ିଆ କବିତା ଚର୍ଚ୍ଚା କ୍ଷେତ୍ରରେ ତାଙ୍କ ରଚିତ ‘ସବୁଜରୁ ସାମ୍ପ୍ରତିକ’ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଥିଲା। ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ ‘କବିତା ଯୁଗେ ଯୁଗେ’, ‘ପ୍ରମୁଖ କବି କତିପୟ’, ‘କାବ୍ୟ ପ୍ରକରଣ’, ‘ସାରଳାରୁ ସମ୍ପ୍ରତି’ ଓ ‘ସତୁରିରୁ ସହସ୍ରାବ୍ଦୀ’ ଅନ୍ୟତମ। ସେ ବହୁ ସାରସ୍ବତ ଓ ସାମାଜିକ ଅନୁଷ୍ଠାନ ସହିତ ଜଡିତ ଥିଲେ। ସେ ମଧ୍ୟରୁ ପୂଜ୍ୟପୂଜା ସଂସଦ, ଶାରଳା ପୁରସ୍କାର, ସାମ୍ପ୍ରତିକ, ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ଅନ୍ୟତମ ଥିଲା। ‘ଇସ୍ତାହାର’ ନାମରେ ତ୍ରୈମାସିକ ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା ପତ୍ରିକା ପ୍ରକାଶନ ଥିଲା ପ୍ରଫେସର ଶତପଥୀଙ୍କ ବଳିଷ୍ଠ କୃତିତ୍ୱ। ସାହିତ୍ୟ କ୍ଷେତ୍ରରେ ଅନବଦ୍ୟ କୃତି ପାଇଁ ସେ ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହେବା ସହ ସମ୍ମାନଜନକ ‘ବିଷୁବ ପୁରସ୍କାର’ରେ ସମ୍ମାନିତ ହୋଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ, ଉତ୍କଳ ସମ୍ମିଳନୀ ସହ ବିଭିନ୍ନ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପକ୍ଷରୁ ଶତପଥୀଙ୍କ ବିୟୋଗରେ ଶୋକପ୍ରକାଶ କରାଯାଇଛି। ପାରମିତା, ମଧୁବ୍ରତା, ଅସିତା ଓ ଈପ୍ସିତା ନାମରେ ତାଙ୍କର ଚାରି ଝିଅ ଅଛନ୍ତି।
ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି
କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…
କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…
ସ୍କୁଲ ବସ୍ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…
୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା
ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…
ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍
ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍ । ସୂଚନା ଅନୁସାରେ…
ଦିଶା ମୃତ୍ୟୁ ମାମଲା; CBI ଏଫ୍ଆଇଆର୍ରେ ଆଦିତ୍ୟ ଠାକ୍ରେ….
ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…
ସାଉଦି ପାଇପଲାଇନ୍କୁ ବନ୍ଦ କରିଦେଲା ଡ୍ରୋନ୍ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…
ରିୟାଦ୍,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

