ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା ଅଫିସ, ୧୬ା୩- ଓଡ଼ିଆ ସିନେଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ(୬୪)ଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ସନ୍ଧ୍ୟାରେ ବାରିପଦା ଲାଲବଜାରସ୍ଥିତ ନିଜ ବାସଭବନରେ ଥିବା ବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଚିକିତ୍ସା ପାଇଁ ବାରିପଦା ପିଆରଏମ୍‌ ମେଡ଼ିକାଲ୍‌କୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଓଡ଼ିଆ ସିନେ ସଙ୍ଗୀତ ଜଗତର ମହାରଥୀ ନିମାଇଁ ମହାନ୍ତି ଓ ସରୋଜ ପଟ୍ଟନାୟକଙ୍କ ସହିତ ବହୁ ସିନେମାରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇ ଲୋକପ୍ରିୟ ହୋଇ ପାରିଥିଲେ। ‘ଗୋପରେ ବଢ଼ୁଛି ମୋ କଳା କହ୍ନେଇ’ ଓଡ଼ିଆ ଫିଲ୍ମରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ଏହା ପରେ ‘କଥା ରହିଥିବ କାଳ କାଳକୁ’ , ‘ମତେ ତ ଲଭ୍‌ ହେଲାରେ’ ଭଳିି ଅନେକ ଫିଲ୍ମ ଓ ଆଲବମ୍‌ରେ ସଙ୍ଗୀତ ନିର୍ଦ୍ଦେଶନା ଦେଇ ଥିଲେ। ତାଙ୍କ ମୃତ୍ୟୁରେ ବାରିପଦା ସହର ସମେତ ମୟୂରଭଞ୍ଜ ଜିଲାରେ ଶୋକର ଛାୟା ଖେଳିଯାଇଛି। ବାଚୁ ଦା ଭାବେ ପରିଚିତ ବାଚୁ ମୁଖାର୍ଜୀଙ୍କ ମୃତ୍ୟୁରେ ନାଟ୍ୟ ନିର୍ଦ୍ଦେଶକ ତଥା ଅଭିନେତା ଅନଦା ଶଙ୍କର ଦାଶ, ସଂଳାପକାର ଚିନ୍ମୟ ଦାସ ପଟ୍ଟନାୟକ, ସଙ୍ଗୀତଜ୍ଞ ଶାନ୍ତନୁ ଶତପଥୀ, ଆମେ ମୟୂରଭଞ୍ଜିଆର ଆବାହକ ସଞ୍ଜୟ କୁମାର ଚୌଧୁରୀ, ସମାଜସେବୀ ଚନ୍ଦନ ଶେଜପଡ଼ା ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri