ପରିବାରର ବୋଝ ନୁହନ୍ତି ଦିବ୍ୟାଙ୍ଗ

ଫୁଲବାଣୀ ଅଫିସ,୪ା୧୨-ଦିବ୍ୟାଙ୍ଗମାନେ ପରିବାର କିମ୍ବା ସମାଜର ବୋଝ ନୁହଁନ୍ତି ବୋଲି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରକାଶ କରଛନ୍ତି। ଫୁଲବାଣୀସ୍ଥିତ ଗାନ୍ଧୀ ସ୍ମୃତି ଭବନରେ ପ୍ରଶାସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହେଲେନ୍‌ କେଲେର୍‌, ଗ୍ରାହାମ୍‌ ବେଲ୍‌, ରବୀନ୍ଦ୍ର ଜୈନ, ସୁଧା ଚନ୍ଦ୍ରନ୍‌, ଆଦି ବ୍ୟକ୍ତିବିଶେଷଙ୍କ ଉଦାହରଣ ଦେବା ସହ ନିଜର ଦିବ୍ୟାଙ୍ଗ ପୁଅ କିଭଳି ସମାଜରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତି ହୋଇପାରିଛନ୍ତି ତାହା ବକ୍ତବ୍ୟ ମାଧ୍ୟମରେ କହିଥିଲେ। ତେଣୁ ଦିବ୍ୟାଙ୍ଗ ଶିଶୁଙ୍କ ମା’ବାପା ଧୈର୍ଯ୍ୟହରା ନ ହୋଇ ପ୍ରଥମେ ପିଲାର ମାନସିକତାକୁ ସୁଦୃଢ଼ କରିବାକୁ ସେ ଆହ୍ବାନ ଦେଇଥିଲେ।
ସଭାରେ କନ୍ଧମାଳ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶାରୀରିକ ଅକ୍ଷମତା ଏକ ଅଭିଶାପ ନୁହେଁ ବୋଲି କହିଥିଲେ। ଦିବ୍ୟାଙ୍ଗଙ୍କ ପ୍ରତିଭା ବିକାଶ ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରୁଥିବାରୁ ସେଥିରେ ସାମିଲ ହେବାକୁ ଉପସ୍ଥିତ ଦିବ୍ୟାଙ୍ଗମାନଙ୍କୁ ସେ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜ୍ୟଶ୍ରୀ ପଟ୍ଟନାୟକ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ବାଲିଗୁଡ଼ାସ୍ଥିତ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା, ଜିଲା ଭିନ୍ନକ୍ଷମ ପୁନର୍ବାସ ଅଧିକାରୀ ଅକ୍ଷୟ କୁମାର ପଣ୍ଡା, ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କର୍ମକର୍ତ୍ତା ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୋଟଗଡ଼ ଉଚ୍ଚ ବିଦ୍ୟାଳୟର ଛାତ୍ର ସୁନୀଲ ବିଶିମାଝି ଏବଂ ଘୁ.ଉଦୟଗିରି ଏମ୍‌.ଏମ୍‌. ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରୀତିଜୀନା ପ୍ରଧାନଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। କେତେକ ଦିବ୍ୟାଙ୍ଗଙ୍କୁ ତିନିଚକିଆ ସାଇକେଲ ଏବଂ ଅନ୍ୟାନ୍ୟ ସହାୟକ ଉପକରଣ ବିତରଣ କରାଯାଇଥିଲା। ପୂର୍ବାହ୍ନରେ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀ ପ୍ରାରମ୍ଭିକ ସମ୍ଭାଷଣ ପ୍ରଦାନ କରିଥିବା ବେଳେ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ କର୍ମଚାରୀ ହରପ୍ରସାଦ ମହାପାତ୍ର ସଭା ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri