ପରିବାରର ୪ ସଦସ୍ୟଙ୍କୁ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା,ସୁନାଗହଣା

ଆଳି,୩୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଭରତପୁର ଗ୍ରାମର ହାଡ଼ିବନ୍ଧୁ ସାହୁଙ୍କ ଘରେ ଡକାୟତି କରିବା ସହ ଘରର ସଦସ୍ୟଙ୍କୁ ଡକାୟତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ସମସ୍ତେ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ, ଗୁରୁବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଭରତପୁର ହାଡ଼ିବନ୍ଧୁ ସାହୁଙ୍କ ଗ୍ରୀଲ୍‌ ଭାଙ୍ଗି ଡକାୟତି କରିବାକୁ ବିଦ୍ୟୁତ ବିଚ୍ଛିନ୍ନ କରି ଘରେ ପଶିଥିଲେ। ଘରଲୋକ ଉଠିପଡ଼ି ପ୍ରତିବାଦ କରିବାରୁ ଡକାୟତମାନେ ମାରଣାସ୍ତ୍ରରେ ଘରମାଲିକ ହାଡ଼ିବନ୍ଧୁ(୭୨), ତାଙ୍କ ସ୍ତ୍ରୀ ଭଗବତୀ(୬୨), ବୋହୂ ଉର୍ମିଳା (୩୮) ଓ ପୁଅ ବାସୁଦେବ(୪୦)ଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କା,ସୁନାଗହଣା ଲୁଟି ନେଇଛନ୍ତି। ଆହତମାନଙ୍କୁ ଗ୍ରାମବାସୀ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ସହ ପ୍ରତିବାଦରେ କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri