ପରିବାରର ୬ଜଣଙ୍କୁ ହତ୍ୟା ମାମଲାର ରାୟ ପ୍ରକାଶ: ୬ ଦୋଷୀଙ୍କୁ ଆଜୀବନ ଜେଲ

ଚମ୍ପୁଆ/ଯୋଡ଼ା, ୧।୧୧(ଡି.ଏନ.ଏ.)-ଆଜକୁ ୫ ବର୍ଷ ତଳେ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଯୋଡ଼ା ଥାନା ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିଲା ା ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ୬ଜଣଙ୍କୁ କେତେଜଣ ଲୋକ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ୍‌ ଦୋଳଗୋବିନ୍ଦ ବାରିକ ୨୪ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ା କୋର୍ଟ ୩୦୨ ଦଫାରେ ଦୋଷୀମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ମାନା ମୁଣ୍ଡା(୩୦), ବାଗୁନ ମୁଣ୍ଡା(୩୨), ଉମା ମୁଣ୍ଡା(୩୨), ତୁମ୍ବା ମୁଣ୍ଡା(୩୦), ରତ୍ନା ମୁଣ୍ଡା(୩୮) ଓ ଈଶ୍ୱର ମୁଣ୍ଡା(୨୩) ା ଏଥିସହ ଦୋଷୀମାନେ ୧୦ ହଜାର ଟଙ୍କା ଲେଖାଏ ଜରିମାନା ଦେବେ ବୋଲି କୋର୍ଟ କହିଛନ୍ତି ା ସେହିପରି ଜଣେ ମହିଳା ଅପରାଧୀ ପାଣ୍ଡ୍ରି ମୁଣ୍ଡାଙ୍କୁ ଉଇଚ ହଣ୍ଟିଂ ଅପରାଧରେ ୩ ବର୍ଷ କାରାଦଣ୍ଡ ଶହ ୫ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ତା ୧୩।୭।୨୦୧୫ରିଖରେ ଲହଣ୍ଡା ଗ୍ରାମରେ ଘଟିଥିଲା ଏହି ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଗୁଣିଗାରେଡ଼ି ସନ୍ଦେହରେ ଉଜୁଡିଯାଇଥିଲା ଗୁରା ମୁଣ୍ଡାଙ୍କ ପରିବାର। ସେତେବେଳେ ଏହି ଘଟଣା ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri