ପରିବାର ଲୋକେ ଘରେ ପୂରାଇଲେନି

ସମ୍ବଲପୁର,୧୬।୫ (ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ସରକାର ଯେତେ ସଚେତନ ଓ ସୁବିଧା କଲେ ମଧ୍ୟ ସୁଫଳ ମିଳିପାରୁନାହିଁ। ସଚେତନତା ଅଭାବ ଯୋଗୁ ଭୟରେ ପରିବାର ନିଜ ଲୋକଙ୍କୁ ପର କରିଦେଉଛନ୍ତି। ସ୍ଥାନୀୟ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ମଧ୍ୟ ସ୍ଥାନ ଦିଆଯାଉନାହିଁ। ଫଳରେ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଘେନୁପାଲି ଓ ବଡସାହିର ଗ୍ରାମର ଦୁଇ ଜଣ ଯୁବକ ଗଛ ତଳେ ୩ ଦିନ ହେଲା ଆଶ୍ରୟ ନେଇଥିଲେ। ଶେଷରେ ପ୍ରଶାସନ ସେମାନଙ୍କ ରହିବାକୁ ବାଧ୍ୟ ହୋଇ ବ୍ୟବସ୍ଥା କରିଛି। ବାଲେଶ୍ୱର ଜିଲା ଜଳେଶ୍ୱରରୁ ଫେରିଥିବା ଏହି ଯୁବକ ଦ୍ୱୟ କିନ୍ତୁ ହଟହଟା ହୋଇଛନ୍ତି।
ଏହି ଯୁବକ ଦ୍ୱୟ ହାର୍ଭେଷ୍ଟରରେ ଧାନକଟା କାମ କରିବା ପାଇଁ ଗତ ଏପ୍ରିଲ ୨୩ ତାରିଖରୁ ଜଳେଶ୍ୱର ଯାଇଥିଲେ। କିଛି ଦିନ କାମ କରିବା ପରେ ଗତ ୧୩ ତାରିଖରେ ଏମାନେ ଗାଁମକୁ ଫେରିଥିଲେ। ହଟ୍‌ସ୍ପଟ୍‌ ଅଞ୍ଚଳରୁ ଆସିଥିବାରୁ ଗାଁରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ପରିବାର ବର୍ଗ ମଧ୍ୟ ଭୟଭୀତ ହୋଇପଡିଥିଲେ। ସେମାନଙ୍କୁ ଖାଇବାକୁ ଯୋଗାଇ ଦେଲେ । ଗରିବ ପରିବାର ହୋଇଥିବାରୁ ହୋମ୍‌ କ୍ୱାରାଣ୍ଟାଇନ ପାଇଁ ଘରେ ସୁବିଧା ନାହିଁ। ତେଣୁ ଘରେ ପ୍ରତ୍ୟେକ ଦିନ ଖାଇବାକୁ ଦିଆଯିବ। ତୁମେ ବାହାରେ ରୁହ ବୋଲି ପରିବାର ଲୋକେ କହିଥିଲେ। ଗ୍ରାମବାସୀ ମଧ୍ୟ ସେମାନଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଥିଲେ। କୌଣସି ଉପାୟ ନ ପାଇ ଯୁବକ ଦ୍ୱୟ ଘେନୁପାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟସ୍ଥ ଏକ ଗଛମୂଳରେ ରହୁଛନ୍ତି। ତେବେ ଯଦିଓ ରାଜ୍ୟ ଭିତରୁ ଆସୁଥିବା ଲୋକଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିବା ନିୟମ ନାହିଁ ତଥାପି ସେମାନଙ୍କ ରହିବାକୁ ଗାଁ ସ୍କୁଲରେ ବିକଳ୍ପ ବ୍ୟବସ୍ଥା କରାଯାଇଛି। ସେଠାରେ ସେମାନଙ୍କ ଲାଗି ଖାଦ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି ବୋଲି ଯୁଯୁମୁରା ବିଡିଓ ସରୋଜ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri