ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ଜରୁରୀ

ଲୋଇସିଂହା,୧୩।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ୭୦ତମ ବନ ମହୋସତ୍ବ ଶନିବାର ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନ ଶିକ୍ଷୟିତ୍ରୀ ମେହେର ବାନୁଙ୍କ ଅଧ୍ୟକ୍ଷତା କରିଥିଲେ। ସଭାରେ ସ୍ଥାନୀୟ ରେଞ୍ଜ ଅଫିସର ରାଜକିଶୋର ନାଏକ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ସେ କହିଥିଲେ ଯେ, ପରିବେଶ ସନ୍ତୁଳନ ରକ୍ଷା ପାଇଁ ସ୍ଥଳଭାଗର ୩୩ ପ୍ରତିଶତ ଜଙ୍ଗଲ ରହିବା ଆବଶ୍ୟକ। କିନ୍ତୁ ବର୍ତ୍ତମାନ ପରିସ୍ଥିତିରେ ୧୮ରୁ ୨୦ ପ୍ରତିଶତ ଜଙ୍ଗଲ ରହିଛି। ବିଭିନ୍ନ କାରଣରୁ ଜଙ୍ଗଲ ସମ୍ପଦ ହ୍ରାସ ପାଉଛି। ଯାହାର କୁପରିଣାମ ଆମକୁ ଭୋଗିବାକୁ ପଡୁଛି। ପରିବେଶ ସନ୍ତୁଳନ ରକ୍ଷା ପାଇଁ ବ୍ୟାପକ ବୃକ୍ଷରୋପଣର ଆବଶ୍ୟକତା ଥିବା ବିଦ୍ୟାଳୟର ଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଦିଗମ୍ବର ନାଏକ, ଶିକ୍ଷକ ଶିବପ୍ରସାଦ ତ୍ରିପାଠୀ, ଭକ୍ତବନ୍ଧୁ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ବିଜ୍ଞାନ ଶିକ୍ଷକ ଯୋଗଦେଇ ବିଜ୍ଞାନ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ। ପରେ ବିଦ୍ୟାଳୟର ଛାତ୍ର, ଶିକ୍ଷକ, ଅତିଥି ଶିକ୍ଷକ, ବନ ଅଧିକାରୀ ଏବଂ କର୍ମଚାରୀ ବିଦ୍ୟାଳୟ ପରିସରରେ ଚାରା ରୋପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri