ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି। ଅତିଥିମାନଙ୍କୁ ଗୋଟିଏ ଗୋଟିଏ ଚାରା ଗଛ ପ୍ରଦାନ କରି ଅନୁଷ୍ଠାନ ପରିବେଶ ସୁରକ୍ଷା ବାର୍ତ୍ତା ଦେଇଥିଲା। ଅନୁଷ୍ଠାନର ସଭାପତି ଇଂ. ଦେବାଶିଷ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟ ଆଗ୍ରୋ ଇଣ୍ଡଷ୍ଟ୍ରି କର୍ପୋରେଶନର ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଯୋଗ ଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ଡିଭାଇନ କଲେଜର ନିର୍ଦ୍ଦେଶକ ଇଂ. ବିପ୍ଳବ ଭଞ୍ଜନ ବୁଗୁଡେଇ, ବାରିପଦା ପୌର ପରିଷଦର ପୂର୍ବତନ ଉପନଗରପାଳ ଜିତେନ୍ଦ୍ର ମହାନ୍ତିି, ସାମାଜିକ କର୍ମୀ ସତ୍ୟରଞ୍ଜନ ପଟ୍ଟନାୟକ ଓ ଯୁବ ସଂଗଠକ ସୁବ୍ରମଣ୍ୟମ ମହାନ୍ତିି ପ୍ରମୁଖ ଯୋଗଦେଇ ନାଚ ଗୀତରେ ବିଭିନ୍ନ ସ୍ଥାନରେ ନବବର୍ଷକୁ ସ୍ବାଗତ କରୁଥିବା ବେଳେ ଏହି ଅନୁଷ୍ଠାନ ପରିବେଶ ସୁରକ୍ଷାର ବାର୍ତ୍ତା ଦେଉଥିବାରୁ ପ୍ରଶଂସା କରିଥିଲେ। ଏହି ଅବସରରେ ସେଖ ଅବଦୁଲ ହବିବ, ପାରୁଲ ଧରମହାପାତ୍ର, ଜିତେନ୍ଦ୍ର ଦାସ, ଇଂ. ଦେବାଶିଷ ବିଶ୍ୱାଳ, ଇଂ. ବିପ୍ଳବ ଭଞ୍ଜନ ବୁଗୁଡେଇ, ଜିତେନ୍ଦ୍ର ମହାନ୍ତିି ଓ ଖବରଦାତା ରବିନାରାୟଣ ଚଲାନଙ୍କୁ ଅନୁଷ୍ଠାନ ପକ୍ଷରୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଶିବ ପ୍ରଧାନ, ସ୍ନେହାଶିଷ ପାଲ, ପ୍ରଶାନ୍ତ କୁମାର ନାୟକ, ସୁରଜ କୁମାର, ଫୈଜଲ ଖାନ, ଅମନ ଏକ୍ସ ପପ୍ପୁ, କମଲେଶ ଅଗ୍ରୱାଲ, ସୁଶାନ୍ତ କୁମାର ନାୟକ ପ୍ରମୁଖଙ୍କ ସମେତ ଅନ୍ୟମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri