ପରିମଳ ସଚେତନତା: ଝାଡୁ ଧରିଲେ ଜିଲାପାଳ

ଶେରଗଡ଼,୧୪।୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ରୁ ବୁଧବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଝାଡୁଧରି ପରିମଳ ସଚେତନତାର ଶୁଭାରମ୍ଭ କରିଛନ୍ତି। ସକାଳ ସାଢ଼େ ୬ଟାରେ ଶେରଗଡ଼ ଚାରିଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ଛିଡ଼ାହୋଇ ସଚେତନତା ଅଭିଯାନ ଆରମ୍ଭ କରିଥିଲେ। ନିଜ ସହର, ଗ୍ରାମକୁ ସଫା ରଖିବାସହ ମହାମାରୀ ଦାଉରୁ ରକ୍ଷା ପାଇବାକୁ ସେ ଆହ୍ବାନ ଦେଇଛନ୍ତି। ଶେରଗଡ଼ ତିନି ଛକ ହୋଇ ବଜାର ଛକରେ ବ୍ୟବସାୟୀ, ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ। ଏହି ବାର୍ତ୍ତା ଯେପରି ଶେରଗଡ଼ ବ୍ଲକର ସମସ୍ତ ଗ୍ରାମକୁ ପ୍ରଚାରିତ କରିବା ସହ ବ୍ୟାପକ ସଚେତନତା କରିବାକୁ ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀ, ବୁଦ୍ଧିଜୀବୀ, ଜନନେତା, ଯୁବପିଢ଼ି, ଛାତ୍ରୀଛାତ୍ରଙ୍କୁ ସାମିଲ କରି ଏକ ଜନ ଆନ୍ଦୋଳନ ଜାରି ରଖିବାକୁ କହିଥିଲେ। ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁଙ୍କ ସଂଯୋଜନା ଓ ତହସିଲଦାର ଡ. ଦୟାସିନ୍ଧୁ ପରିଡାଙ୍କ ଉପସ୍ଥିତିରେ ବ୍ଲକ ଅଧ୍ୟକ୍ଷା ସାରସ ସ୍ବାଇଁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ, ବ୍ଲକ ଉପାଧ୍ୟକ୍ଷ ବିଶ୍ୱନାଥ ସ୍ବାଇଁ, ଜିଲାପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର, ବ୍ଲକ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ରଙ୍କ ସମେତ ବହୁ ତୁଙ୍ଗନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri